ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି, ଝାରସୁଗୁଡ଼ାସ୍ଥିତ ଇଞ୍ଜିନିୟରିଂ କଲେଜରେ ଭୋଟ ଗଣନା କେନ୍ଦ୍ର କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିଲାଗି ୧୪ଟି କାଉଣ୍ଟିଂ ଟେବୁଲ ବ୍ୟବସ୍ଥା ହୋଇଛି। ଆଉ ଗୋଟିଏ କାଉଣ୍ଟିଂ ଟେବୁଲରେ ପୋଷ୍ଟାଲ ବାଲଟ ଗଣନା ହେବ। ୨୫୩ ବୁଥ୍‌ ଥିବାରୁ ୧୯ ରାଉଣ୍ଡ ଗଣନା ହେବ। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ହେବ। ସେହିପରି ୮ଟା ୩୦ରୁ ଇଭିଏମ୍‌ ଗଣନା ଆରମ୍ଭ ହେବ। ମତ ଗଣନାକୁ ତଦାରଖ କରିବା ଲାଗି ସେଣ୍ଟ୍ରାଲ ଅବ୍‌ଜରଭର ଉପସ୍ଥିତ ରହିବେ। ପ୍ରତ୍ୟେକ ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, ଜଣେ ସହାୟକ ରହିବେ। ଏଥିସହ ଜଣେ ମାଇକ୍ରୋ ଅବ୍‌ଜରଭର ରହିବେ। ପ୍ରତ୍ୟେକ ଟେବୁଲରେ ପ୍ରାର୍ଥୀ ତାଙ୍କର ଏଜେଣ୍ଟ ଦେଇପାରିବେ। ସେହିପରି ପ୍ରାର୍ଥୀ କିମ୍ବା ତାଙ୍କ ଏଜେଣ୍ଟ କାଉଣ୍ଟିଂ ସେଣ୍ଟରରେ ଉପସ୍ଥିତ ରହିପାରିବେ। ସାଧାରଣ ଲୋକ ସିଧାସଳଖ ଫଳାଫଳ ଜାଣିପାରିବେ। ସେହିପରି www.result.eci.gov.inକୁ ଲଗ୍‌ଇନ କରି ପ୍ରତ୍ୟେକ ରାଉଣ୍ଡର ଫଳାଫଳ ଜାଣି ହେବ। ଭୋଟ ଗଣତି କେନ୍ଦ୍ରର ଚାରିପାଖରେ ସମ୍ଭାବ୍ୟ ଜନଗହଳିକୁ ଦୃଷ୍ଟିରେ ରଖି ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥିଲା। ନିର୍ବାଚନ ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ଭାଜପାର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଟକ୍କର ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?