ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଦାଖଲ କଲେ ଦୀପାଳି

ଝାରସୁଗୁଡ଼ା,୧୮।୪ : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଦୀପାଳି ସମର୍ଥକମାନଙ୍କ ସହିତ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି। ଏହି ଅବସରରେ ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ତଥା ପର୍ଯ୍ୟବେକ୍ଷକ ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ଅରୁଣ ସାହୁ, ନିରଞ୍ଜନ ପୂଜାରୀ, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ, ରୀତା ସାହୁ, ପ୍ରତାପ ଦେବ, ପ୍ରତାପ ଜେନା, ପଦ୍ମନାଭ ବେହେରା, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପୁଷ୍ପେନ୍ଦ୍ର ସିଂହଦେଓ, ରାଜ୍ୟସଭା ଏମ୍‌ପି ନିରଞ୍ଜନ ବିଶି ପ୍ରମୁଖ ଯୋଗ ଦେଇଛନ୍ତି।ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ତାଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ଝାରସୁଗୁଡ଼ା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସୋମବାର ଭାଜପା ପକ୍ଷରୁ ଟଙ୍କଧର ତ୍ରିପାଠୀ ନାମାଙ୍କନ ଦାଖଲ କରିଥିବା ବେଳେ ଶନିବାର କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମଧ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri