ଝାରସୁଗୁଡ଼ା ଉପନିର୍ବାଚନ: ତାଲିକାରେ ସୁଶାନ୍ତଙ୍କ ନାଁ ନାହିଁ

ସମ୍ବଲପୁର,୮ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି। ଦଳୀୟ ରଣନୀତିକୁ ଆଧାରକରି ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ନିର୍ବାଚନମଣ୍ଡଳୀର ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ବିଜେଡି ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି। ହେଲେ ପଶ୍ଚିମ ଓଡ଼ିଶାର ପ୍ରଭାବଶାଳୀ ନେତା କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଭଟ୍‌ଲି ବିଧାୟକ ସୁଶାନ୍ତ ସିଂଙ୍କ ନାମ ତାଲିକାରେ ନାହିଁ। ଏହାକୁ ନେଇ ଏବେ ରାଜନୈତିକ ମହଲରେ ଆଲୋଚନା ଜୋର ଧରିଛି।
ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନରେ ହୋଇଥିବା ପଦ୍ମପୁର, ବିଜେପୁର, ବ୍ରଜରାଜନଗର ଉପନିର୍ବାଚନରେ ସୁଶାନ୍ତ ପରିଚାଳନା ଦାୟିତ୍ୱ ନେଇଥିଲେ। ଏହାସହ ପଞ୍ଚାୟତ ନିର୍ବାଚନରେ ସେ ବିଭିନ୍ନ ଜିଲାକୁ ଗସ୍ତକରି ବିଜେଡିକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ତାଙ୍କ ସୁପାରିସରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଜିଲା ପରିଷଦ ସଭାପତି, ଉପସଭାପତି, ବ୍ଲକ ଅଧ୍ୟକ୍ଷ ହୋଇଛନ୍ତି। ହେଲେ ଏବେ ବିଜେଡିରେ ସୁଶାନ୍ତଙ୍କ ଗୁରୁତ୍ୱ କମିଯାଉଥିବା ଦେଖିବାକୁ ମିଳିଛି। ଝାରସୁଗୁଡ଼ା ଉପନିର୍ବାଚନର ପରିଚାଳନା ଲାଗି ଶୁକ୍ରବାର ପ୍ରକାଶିତ ପର୍ଯ୍ୟବେକ୍ଷକ ତାଲିକାରେ ତାଙ୍କର ନାମ ନାହିଁ। ପୂର୍ବରୁ ମନ୍ତ୍ରୀ ପଦରୁ ତାଙ୍କୁ ହଟାଇ ଦିଆଯାଇଥିଲା। ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ ପଦରୁ ମଧ୍ୟ ତାଙ୍କୁ ହଟାଯାଇ କେବଳ ବଲାଙ୍ଗୀର ଜିଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟପଟେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ସହ ସୁଶାନ୍ତଙ୍କ ସମ୍ପର୍କ ଭଲ ନ ଥିବା ନେଇ ସେତେବେଳେ ଆଲୋଚନା ହେଉଥିଲା। ପୁଣି ନବଦାସ ହତ୍ୟାକାଣ୍ଡ ଘଟଣାରେ ସୁଶାନ୍ତଙ୍କ ସମ୍ପୃକ୍ତି ନେଇ ଗତ ବିଧାନସଭାରେ ବିରୋଧୀଦଳ ଅଭିଯୋଗ ଆଣିଥିଲେ। ଏପରିକି ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ଦଳନେତା ନରସିଂହ ମିଶ୍ର ଦାବି କରିଥିଲେ। ଝାରସୁଗୁଡା ଉପନର୍ବାଚନରେ କାଳେ ବିରୋଧୀ ଏହି ପ୍ରସଙ୍ଗକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି କରିବେ। ସେହି ଆଶଙ୍କା କରି ବିଜେଡି ତାଙ୍କୁ ଉପନିର୍ବାଚନ ପ୍ରମୁଖ ପରିଚାଳନା ଦାୟିତ୍ୱରୁ ଦୂରେଇ ରଖିବାନେଇ ଚର୍ଚ୍ଚା ହେଉଛି।
ଏ ସମ୍ପର୍କରେ ସୁଶାନ୍ତ କହିଛନ୍ତି, ଉପନିର୍ବାଚନରେ ବିଜେଡି ବହୁ ଭୋଟ ବ୍ୟବଧାନରେ ବିଜୟ ଲାଭ କରିବ। ଦାୟିତ୍ୱ ବଣ୍ଟନ ପାଇଁ ହୋଇଥିବା ବୈଠକରେ ମୁଁ ଉପସ୍ଥିତ ରହିଥିଲି। ମୋ ଜ୍ଞାତସାରରେ ତାଲିକା ପ୍ରସ୍ତୁତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri