ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ବିଭାଗର କନିଷ୍ଠ କିରାଣୀ

ଝାରସୁୁଗୁଡ଼ା ଅଫିସ,୨୨।୧୧: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ଅଜୟ ପାଣ୍ଡେ। ଫସଲ ବୀମା କରାଇଦେବା ନେଇ ଜଣେ ଚାଷୀଙ୍କ ନିକଟରୁ ସେ ମଙ୍ଗଳବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହାକୁ ନେଇ ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ, କଣ୍ଟାପାଲିସ୍ଥିତ ଭଡ଼ାଘର, ଅତାବିରା ଗ୍ରାମରେ ଥିବା ପୈତୃକ ଘର ଉପରେ ଚଢ଼ାଉ କରି ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ସମ୍ପୃକ୍ତ କିରାଣୀଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ତଦନ୍ତକାରୀ ଭିଜିଲାନ୍ସ ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ କହିଛନ୍ତି।

ସୂଚନାଯୋଗ୍ୟ, ଲଇକେରା ବ୍ଲକ ଅନ୍ତର୍ଗତ କୁଲେଇମୁରା ଗ୍ରାମର ଚାଷୀ ପ୍ରେମାନନ୍ଦ ସା ଫସଲ ବୀମା କରିଥିବା ବେଳେ ଏଥିରେ କେତେକ ତ୍ରୁଟି ହୋଇଥିଲା। ଫଳରେ ଚାଷୀଜଣଙ୍କ ଫସଲ ବୀମା ରାଶି ପାଇପାରି ନ ଥିଲେ। ଏ ସମ୍ପର୍କରେ ସେ ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପାଣ୍ଡେଙ୍କୁ ତଥ୍ୟ ମାଗିଥିଲେ। ତଥ୍ୟ ପାଇବା ପରେ ସେ ତାଙ୍କର ଫସଲ ବୀମା ସହାୟତା ରାଶି ପାଇଥିଲେ। ଏ ବାବଦକୁ କନିଷ୍ଠ କିରାଣୀ ସମ୍ପୃକ୍ତ ଚାଷୀଙ୍କୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଳେ। ଚାଷୀଜଣଙ୍କ ଏନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବପ୍ରସ୍ତୁତି ଅନୁଯାୟୀ ଚାଷୀଜଣଙ୍କ ଲାଞ୍ଚ ଟଙ୍କା ଦେଉଥିବା ବେଳେ ଛକି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ମାଡ଼ି ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri