ବଦଳିଲେ ଝାରସୁଗୁଡ଼ା ଜିଲାପାଳ

ବ୍ରଜରାଜନଗର,୬।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାପାଳ ସରୋଜ ସାମଲଙ୍କୁ ଗୁରୁବାର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁବର୍ଣ୍ଣପୁର ଜିଲାପାଳ ଆବୋଲି ସୁନୀଲ ନରଓ୍ବଣେଙ୍କୁ ଅବସ୍ଥାପିତ କରାଯାଇଛି। ଏପରି କି ତୁରନ୍ତ ଦାୟିତ୍ୱ ନେଇ ଝାରସୁଗୁଡ଼ା ଜିଲାପାଳ ଭାବେ ଯୋଗଦେବାକୁ ତାଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।
ସୂଚନାଯୋଗ୍ୟ, ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ୨୧ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଏପ୍ରିଲ ୨୪ ରହିଛି। ମେ’ ୧୦ରେ ଭୋଟ ହୋଇ ୧୩ ତାରିଖରେ ଗଣତି ହେବ। ଉପନିର୍ବାଚନର ଏହି ପୂରା ପ୍ରକ୍ରିୟା ମେ’ ୧୫ ତାରିଖରେ ଶେଷ ହେବ।
ଉପନିର୍ବାଚନରେ ବିଜେଡି ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଝାରସୁଗୁଡ଼ା ଆସନରୁ ଦୀପାଳିଙ୍କ ବାପା ସ୍ବର୍ଗତ ନବ କିଶୋର ଦାସ ନିର୍ବାଚିତ ହୋଇଥିଲେ। ଜାନୁୟାରୀ ୨୯ରେ ବ୍ରଜରାଜନଗରଠାରେ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ତାଙ୍କ ବିୟୋଗ ପରେ ଉକ୍ତ ଆସନରେ ଉପନିର୍ବାଚନ ହେବା ନେଇ ତାରିଖ ଘୋଷଣା ହୋଇଯାଇଛି। ଅନ୍ୟପକ୍ଷେ କଂଗ୍ରେସ ଏବଂ ଭାଜପା ପ୍ରାର୍ଥୀ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri