ବଦଳିଲେ ଝାରସୁଗୁଡ଼ା ଜିଲାପାଳ

ବ୍ରଜରାଜନଗର,୬।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାପାଳ ସରୋଜ ସାମଲଙ୍କୁ ଗୁରୁବାର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁବର୍ଣ୍ଣପୁର ଜିଲାପାଳ ଆବୋଲି ସୁନୀଲ ନରଓ୍ବଣେଙ୍କୁ ଅବସ୍ଥାପିତ କରାଯାଇଛି। ଏପରି କି ତୁରନ୍ତ ଦାୟିତ୍ୱ ନେଇ ଝାରସୁଗୁଡ଼ା ଜିଲାପାଳ ଭାବେ ଯୋଗଦେବାକୁ ତାଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।
ସୂଚନାଯୋଗ୍ୟ, ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ୨୧ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଏପ୍ରିଲ ୨୪ ରହିଛି। ମେ’ ୧୦ରେ ଭୋଟ ହୋଇ ୧୩ ତାରିଖରେ ଗଣତି ହେବ। ଉପନିର୍ବାଚନର ଏହି ପୂରା ପ୍ରକ୍ରିୟା ମେ’ ୧୫ ତାରିଖରେ ଶେଷ ହେବ।
ଉପନିର୍ବାଚନରେ ବିଜେଡି ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଝାରସୁଗୁଡ଼ା ଆସନରୁ ଦୀପାଳିଙ୍କ ବାପା ସ୍ବର୍ଗତ ନବ କିଶୋର ଦାସ ନିର୍ବାଚିତ ହୋଇଥିଲେ। ଜାନୁୟାରୀ ୨୯ରେ ବ୍ରଜରାଜନଗରଠାରେ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ତାଙ୍କ ବିୟୋଗ ପରେ ଉକ୍ତ ଆସନରେ ଉପନିର୍ବାଚନ ହେବା ନେଇ ତାରିଖ ଘୋଷଣା ହୋଇଯାଇଛି। ଅନ୍ୟପକ୍ଷେ କଂଗ୍ରେସ ଏବଂ ଭାଜପା ପ୍ରାର୍ଥୀ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri