୬୩ ବର୍ଷରେ ଝାରସୁଗୁଡ଼ା-ପୁରୀ ପଦଯାତ୍ରା: ସୁସ୍ଥ ସମାଜ ଗଠନ ଉଦ୍ଦେଶ୍ୟ

ଲଖନପୁର,୬।୧(ଡି.ଏନ.ଏ.): ନିଶା ମୁକ୍ତ ସୁସ୍ଥ ସମାଜ ଗଠନ ନେଇ ଆଗେଇ ଆସିଛନ୍ତି ୬୩ ବର୍ଷୀୟ ଅବସରପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ଅଭିରାମ ସତପଥୀ। ଅଭିରାମଙ୍କ ଘର ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମରେ। ଅବସର ପରେ ସେ ଅସୁସ୍ଥ ହୋଇପଡିଥିଲେ। ଏନେଇ ସେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ। ହେଲେ ଡାକ୍ତର ମଧ୍ୟ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ଆଶଙ୍କା ପ୍ରକାଶ କରିଥିଲେ। ଏହାକୁ ଖାତିର ନ କରି ନିଜକୁ ସୁସ୍ଥ ରଖିବାକୁ ନିଷ୍ପତ୍ତି ନେଇଥିଲେ। ସେ ପ୍ରଥମେ ବହୁ କଷ୍ଟରେ ଚାଳିବା ଆରମ୍ଭ କରିଥିଲେ। ପରେ ଦୌଡିବା ସହ ବ୍ୟାୟାମ କରିଥିଲେ। ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇପାରିଛନ୍ତି। ସମାଜକୁ ଏକ ବାର୍ତ୍ତା ଦେବାକୁ ଯାଇ ନିଶାମୁକ୍ତ ହୋଇ ପ୍ରତିଦିନ ବ୍ୟାୟମ କରି ନିଜକୁ ସୁସ୍ଥ ରହିବାକୁ କହିଛନ୍ତି। ଏହି ପରିପେକ୍ଷୀରେ ଅଭିରାମ ବୁଧବାର ଝାରସୁଗୁଡାରୁ ପଦଯାତ୍ରାରେ ବାହାରି ଆସନ୍ତା ୨୨ତାରିଖରେ ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାର ଲକ୍ଷ୍ୟ ରଖିଛନ୍ତି। ୧୯ରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଶା ମୁକ୍ତ ଓଡିଶା ଗଠନ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିବେ ବୋଲି ପ୍ରକାଶ କରିଛନ୍ତି। ଅଭିରାମଙ୍କ ପଦଯାତ୍ରା ଆରମ୍ଭ ଅବସରରେ ଝାରସୁଗୁଡ଼ା ଜିଲାର ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇ ଥିଲା। ଏପରି କି ଯାତ୍ରା ସଫଳ ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଅଭିରାମଙ୍କ ଏହି ଯାତ୍ରା ପାଇଁ ସେ ଜିଲାପାଳଙ୍କ ନିକଟରୁ ଅନୁମତି ପାଇବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରେ ସେ ଅଭିଯାନରେ ବାହାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri