ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ନାମ ସ୍ଥାନ ପାଇଛି। ପୋଲିସ ନେତୃତ୍ୱ, ଅପରାଧ ନିୟନ୍ତ୍ରଣ, ଆଇନଶୃଙ୍ଖଳା ପରିଚାଳନା, ଜନସୁରକ୍ଷା, ପ୍ରଯୁକ୍ତିର ବ୍ୟବହାର ଓ ଜନସାଧାରଣଙ୍କ ସହ ସମନ୍ବୟ ରକ୍ଷା କରିବା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକୁ ଆଧାରକରି ଏହି ଚୟନ କରାଯାଇଛି। ଫେମ୍‌ ଇଣ୍ଡିଆର ସମ୍ପାଦକ ଧୀରଜ କୁମାରଙ୍କ ସୂଚନା ଅନୁସାରେ, ଅଧିକାରୀମାନଙ୍କ କ୍ଷେତ୍ର ଅଭିଜ୍ଞତା, ନେତୃତ୍ୱ ଦକ୍ଷତା, କଠିନ ପରିସ୍ଥିତିରେ ଉଚିତ ନିଷ୍ପତ୍ତି, ଅପରାଧ ନିୟନ୍ତ୍ରଣ, ନାଗରିକ ସେବା ଓ ପୋଲିସ ଆଧୁନିକୀକରଣ ଆଦିକୁ ଚୟନର ମୁଖ୍ୟ ମାପଦଣ୍ଡ କରାଯାଇଛି। ଦେଶର ବିଭିନ୍ନ ରାଜ୍ୟରୁ ଚୟନ ହୋଇଥିବା ୨୫ ଜଣ ଅଧିକାରୀଙ୍କ ମଧ୍ୟରେ ଝାରସୁଗୁଡ଼ା ଏସ୍‌ପି ରାଘବେନ୍ଦ୍ରଙ୍କ ସ୍ଥାନ ଓଡ଼ିଶା ପୋଲିସ ପାଇଁ ଉଲ୍ଲେଖନୀୟ ସଫଳତା ଆଣିଛି। ଏଥିସହ ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ଆଉ ୫ ଜଣ ଅଧିକାରୀଙ୍କୁ ସୁପର-୫ ବର୍ଗରେ ସାମିଲ କରାଯାଇଛି। ଫଳରେ ମୋଟ ୩୦ ଜଣ ପୋଲିସ ଅଧିକାରୀଙ୍କୁ ଏହି ସ୍ବତନ୍ତ୍ର ଚୟନରେ ସ୍ଥାନ ମିଳିଛି। ଫେମ୍‌ ଇଣ୍ଡିଆର ପରିଚାଳନା ସମ୍ପାଦକ ଅନିଲ ସିଂହ କହିଛନ୍ତି, ଆଧୁନିକ ସମୟରେ ସାଇବର ଅପରାଧ, ନିଶା କାରବାର, ଟ୍ରାଫିକ୍‌ ପରିଚାଳନା, ମହିଳା ଓ ଶିଶୁ ସୁରକ୍ଷା, ପ୍ରଯୁକ୍ତିଭିତ୍ତିକ ଅପରାଧ ଏବଂ ଜରୁରିକାଳୀନ ସେବା କ୍ଷେତ୍ରରେ ପୋଲିସ ନେତୃତ୍ୱକୁ ନୂଆ ଦକ୍ଷତା ଓ ଅଭିନବ ପଦକ୍ଷେପ ନେବାକୁ ପଡ଼ୁଛି। ଏହି ଚୟନ କେବଳ ପଦବୀ କିମ୍ବା ବରିଷ୍ଠତା ଆଧାରରେ ନୁହେଁ, କ୍ଷେତ୍ରସ୍ତରର ପ୍ରକୃତ କାର୍ଯ୍ୟଦକ୍ଷତା, ନେତୃତ୍ୱ, ଅପରାଧ ନିୟନ୍ତ୍ରଣ, ନୂତନ ପଦକ୍ଷେପ ଓ ଜନବିଶ୍ୱାସ ବୃଦ୍ଧିରେ ଅବଦାନକୁ ଗୁରୁତ୍ୱ ଦିଆଯାଇଛି। ଏହି ଖବର ପାଇବା ପରେ ଝାରସୁଗୁଡ଼ା ଜିଲାର ବିଭିନ୍ନ ମହଲରୁ ଏସ୍‌ପି ରାଘବେନ୍ଦ୍ରଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri