‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ସୁନ୍ଦରଗଡ଼ ବିଧାୟକ କୁସୁମ ଟେଟେ, ତଳସରା ବିଧାୟକ ଭବାନୀଶଙ୍କର ଭୋଇ, ରେଙ୍ଗାଲି ବିଧାୟକ ନାଉରି ନାଏକ, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଭିଏସ୍‌ଏସ୍‌ ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି, ଏମ୍‌ସିଏଲ୍‌ ଡିପି (ପର୍ସନାଲ) କେଶବ ରାଓ, ଡାଇରେକ୍ଟର ଫାଇନାନ୍ସ କେ.ଆର୍‌. ବାସୁଦେବନ, ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଡିପି (ଅପରେଶନ୍‌) ଓ.ପି. ସିଂହ ମଞ୍ଚ ସଞ୍ଚାଳନ କରିବା ସହ ସ୍ବାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭର୍ଚୁଆଲ ଜରିଆରେ ଉଦ୍‌ବୋଧନ ଦେଇଥିଲେ।

କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ବୀର ସୁରେନ୍ଦ୍ର ସାଏଙ୍କ ଭଳି ଅନେକ ମହାପୁରୁଷ ଦେଶ ସ୍ବାଧୀନ ପାଇଁ ଲଢ଼େଇ କରିଥିଲେ। ଏମାନଙ୍କ କ୍ଷେତ୍ରରେ ଆମତ୍ନିର୍ଭର, ଆମତ୍ସମ୍ମାନ ଓ ସ୍ବାଭିମାନ ପରସ୍ପର ପରିପୂରକ ଥିଲା। ଫଳରେ ଦେଶ ସ୍ବାଧୀନ ହେବାରେ ସହାୟକ ହୋଇଥିଲା। ସେ ଆହୁରି କହିଥିଲେ, ଆଗାମୀ ଦିନରେ ଭିଏସ୍‌ଏସ୍‌ ବିମାନ ବନ୍ଦର ଆନ୍ତର୍ଜାତିକ ବିମାନ ବନ୍ଦରରେ ପରିଣତ ହେବ। ଦେଶବିଦେଶରୁ ଏଠାକୁ ବିମାନ ଉଡ଼ିବ। ଏଠାରେ କୋଇଲା, ଆଲୁମିନିୟମ, ଷ୍ଟିଲ୍‌ ଓ ବିଦ୍ୟୁତ୍‌ ଉତ୍ପାଦନ ଆଦି ବୃଦ୍ଧିପାଇବ। ଫଳରେ ଝାରସୁଗୁଡା ଦେଶର ଅର୍ଥନୈତିକ ପେଣ୍ଠସ୍ଥଳୀ ହୋଇପାରିବ। ଏହି ସ୍ବପ୍ନ ପୂରଣ ହେଲେ ଏହା ହେବ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ସେ କ୍ଷୋଭର ସହିତ କହିଥିଲେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା ଗ୍ରାମ ଏବେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏହାର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଉଦ୍ୟମ କରିବା ଦରକାର ା ଆଜିର ଏହି ଦିବସ ଝାରସୁଗୁଡା ଜିଲା ଓ ପଶ୍ଚିମ ଓଡ଼ିଶା ପାଇଁ ଗର୍ବ ଓ ଗୌରବର ଦିବସ ବୋଲି ଅତିଥିମାନେ ମତ ଦେଇଥିଲେ। ମନ୍ତ୍ରୀ ପ୍ରଧାନ ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରରୁ ବାହାରି ଝାରସୁଗୁଡା ଭିଏସ୍‌ଏସ୍‌ ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ଏଠାରେ କାର୍ଯ୍ୟକ୍ରମ ଶେଷକରି ସଡ଼କ ପଥରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା ଅଭିମୁଖେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri