୪୩ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ପାରଦା ଉପରମୁହାଁ ରହିଛି। ପ୍ରବଳ ଗରମରେ ଆଉଟୁପାଉଟୁ ହେଉଛି ସାରା ଓଡ଼ିଶା। ରବିବାର ୯ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଥିସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିଲା। ଘର ଭିତରେ ରହିଲେ ବି ଦେହରୁ ଝାଳ ବୋହୁଥିଲା। ତେବେ ସୋମବାରଠାରୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହି ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇପାରେ। ଏହାପରେ ବର୍ଷା ଆଶ୍ୱସ୍ତି ଆଣିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ବୌଦ୍ଧର ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଛୁଇଁଥିବାବେଳେ ସମ୍ବଲପୁର ୪୨.୪ ଡ଼ିଗ୍ରୀ, ତାଳଚେର ୪୨.୨, ସୁନ୍ଦରଗଡ଼ ଓ ଟିଟିଲାଗଡ଼ ୪୧.୫, ବଲାଙ୍ଗୀର ୪୧.୨, ଅନୁଗୋଳ ୪୧.୨ ଓ ରାଉରକେଲାରେ ପାରଦ ୪୧ ଡିଗ୍ରୀରେ ପହଞ୍ଚତ୍ଥିଲା। ସେହିଭଳି ଅନ୍ୟ ୧୨ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ୫ଜିଲାରେ ତାପମାତ୍ରା ୩୯ ଡିଗ୍ରୀ ବା ତାହାଠାରୁ ଅଧିକ ରହିଥିଲା। ତେବେ ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଓ ପୁରୀରେ ତାପମାତ୍ରା ୩୭.୬ ଡିଗ୍ରୀ ରହିଥିବାବେଳେ ପାରାଦୀପରେ ସର୍ବନିମ୍ନ ୩୩.୫ ଡିଗ୍ରୀ ରେକର୍ଡ କରାଯାଇଥିଲା।
ଅନ୍ୟପଟେ ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡା ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଏଥିପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଳାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୮ ତାରିଖରେ ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାନେଇ ପୂର୍ବାନୁମାନ କରାଯିବା ସହ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୧୯ ଓ ୨୦ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଭୟ ରହିଛି। ତେଣୁ ସଂପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୧ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri