ଝିଲ୍ଲି ବେଆଇନ ପଥରଖଣି ମାମଲା ଆବେଦନ ଖାରଜ, ୫ କୋଟି ଜରିମାନା ନିର୍ଦ୍ଦେଶ

ପରଜଙ୍ଗ, ୨୬ ।୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲ୍ଲି ଗ୍ରାମ ନିକଟରେ ଥିବା ବିବାଦୀୟ ପଥରଖଣି ଉତ୍ତୋଳନକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ଏଥିସହ ୫କୋଟି ଟଙ୍କା ଜରିମାନା ତୁରନ୍ତ ଦେବା ଲାଗି ଦେଇଥିବା ପୂର୍ବ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି।
ସୂଚନାଯୋଗ୍ୟ, ଝିଲ୍ଲି ଗ୍ରାମ ନିକଟରେ ଥିବା ପଥରଖଣିରେ ବେଆଇନ ବ୍ଲାଷ୍ଟିଂ, ଗଛକଟା, ମାତ୍ରାଧିକ ପଥର ଖନନରୁ ପ୍ରଦୂଷଣ ବୃଦ୍ଧି, ବ୍ଲାଷ୍ଟିଂ ପାଇଁ ବାସଗୃହ କ୍ଷତିଗ୍ରସ୍ତ ହେବା କାରଣରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ନେଇଥିଲା। ଗ୍ରାମବାସୀ ମହାବିରୋଡ ଆର୍‌ଆଇ, ବନପାଳ, ଜିଲାପାଳଙ୍କ ନିକଟରେ ଅଭିଯୋଗ କରିବା ସତ୍ତ୍ୱେ କୌଣସି ସୁଫଳ ମିଳିଲାନି। ଏହାକୁ ନେଇ ସାମାଜିକ କର୍ମୀ ଶାନ୍ତନୁ କୁମାର ଭୁକ୍ତା, ସୁକାନ୍ତି ପ୍ରଧାନ, ସିପ୍ରା ପ୍ରଧାନ, ପ୍ରେମାନନ୍ଦ ପ୍ରଧାନ, ଶୈଳ ପ୍ରଧାନ ପ୍ରମୁଖ ୨୦୨୦ ଜୁଲାଇ ୧୦ରେ ଏନ୍‌ଜିଟିର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକୁ ଭିତ୍ତିକରି ତଦନ୍ତ ପାଇଁ ଢେଙ୍କାନାଳ ଜିଲାପାଳ, ବନ ବିଭାଗ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଜ୍ୟ ପରିବେଶ ପରିବେଶ ପ୍ରଭାବ ଆକଳନ ପ୍ରାଧିକରଣ, କେନ୍ଦ୍ରୀୟ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟି ୨୦୨୧ ଜୁନ୍‌ ୨୫ରେ ଖଣି ପରିସର ଅନୁଧ୍ୟାନ କରିଥିଲେ। ଅକ୍ଟୋବର ୮ରେ ସତ୍ୟପାଠ ମାଧ୍ୟମରେ ମାତ୍ରାଧିକ ପଥର ଖନନ ଲାଗି ଜିଲାପାଳଙ୍କୁ ୩,୫୦,୭୦,୬୧୦ ଟଙ୍କା, ବେଆଇନ ଭାବେ ଗଛ କଟା ପାଇଁ ଢେଙ୍କାନାଳ ବନପାଳଙ୍କୁ ୪,୦୭,୧୧୫ ଟଙ୍କା, ଅନୁମତିଠାରୁ ଅଧିକ ପଥର ଖନନ ପାଇଁ କଙ୍କଡ଼ାହାଡ଼ ତହସିଲଦାରଙ୍କୁ ୫ ଲକ୍ଷ ଟଙ୍କା ଜରିମାନା ଦେବାକୁ ଖଣି ମାଲିକ ଚିନ୍ମୟ କୁମାର ନାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ୨୦୨୧ ଡିସେମ୍ବର ୩ରେ ଜଷ୍ଟିସ ଆଦର୍ଶ କୁମାର ଗୋଏଲ, ଜଷ୍ଟିସ ସୁଧୀର ଅଗ୍ରୱାଲ, ଜଷ୍ଟିସ୍‌ ଏ. ଷ୍ଟାଲେକାର, ଜଷ୍ଟିସ୍‌୍‌ ନଗିନ ନନ୍ଦ, ଜଷ୍ଟିସ ଶୈବାଳ ଦାସଗୁପ୍ତାଙ୍କୁ ନେଇ ଗଠିତ ୫ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ମାସେ ମଧ୍ୟରେ ଜିଲାପାଳଙ୍କ ନିକଟରେ ୫ କୋଟି ଟଙ୍କା ଅର୍ଥରାଶି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ନ ହେଲେ ଆପରାଧିକ ମାମଲା ରୁଜୁ କରାଯିବ ବୋଲି ଦର୍ଶାଇଥିଲେ। ସେହିପରି ପଥର ଖଣିରେ ବ୍ଲାଷ୍ଟିଂ ଯୋଗୁ ହୋଇଥିବା ବାସଗୃହ କ୍ଷୟକ୍ଷତି ନେଇ କ୍ଷତିଗ୍ରସ୍ତମାନେ ଜିଲାପାଳଙ୍କ ନିକଟରେ ଆବେଦନ କରିପାରିବେ ବୋଲି କୋର୍ଟ କହିଥିଲେ। ଉକ୍ତ ରାୟ ବିରୋଧରେ ଖଣିମାଲିକ ଚିନ୍ମୟ ଏନ୍‌ଜିଟିଙ୍କ ନିକଟରେ ଆବେଦନ କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ବିବାଦୀୟ ଖଣିରୁ ବାର୍ଷିକ ୩,୫୦୦ କ୍ୟୁବିକ ମିଟର ପଥର ଉତ୍ତୋଳନ ପାଇଁ ଅନୁମତି ରହିଥିବା ବେଳେ ଏହାର ଖିଲାପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri