ଜବରଦଖଲରେ ଝୋଟେଶ୍ୱର ମନ୍ଦିର ଜମି

ମଙ୍ଗୁଳି-ଜଗତପୁର,୧୧୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୬ନଂ. ୱାର୍ଡ ମୁଣ୍ଡମାଳ ଗ୍ରାମରେ ଥିବା ବହୁ ପୁରାତନ ଝୋଟେଶ୍ୱର ମନ୍ଦିର ଜମିକୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଜବରଦଖଲ କରିଛନ୍ତି। ସେମାନଙ୍କ କବଳରୁ ଏହି ଜମି ମୁକୁଳାଇବା ପାଇଁ ଗ୍ରାମବାସୀ ବାରମ୍ବାର ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଫଳରେ ମନ୍ଦିର ମାର୍ଫତଦାର ଏବଂ ଗ୍ରାମବାସୀ କଟକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ମନ୍ଦିର ଜମିକୁ କେତେଜଣ ଅସାଧୁ ବ୍ୟକ୍ତି ଜବରଦଖଲ କରି ଗୃହ ଓ ରାସ୍ତା ନିର୍ମାଣ କରିଛନ୍ତି। ଜବର ଦଖଲ ନ ହଟିଲେ ଭବିଷ୍ୟତରେ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବାଧାପ୍ରାପ୍ତ ହେବ। ଅପରପକ୍ଷରେ ଜବରଦଖଲକାରୀଙ୍କୁ ଗ୍ରାମବାସୀ ପ୍ରତିବାଦ କଲେ ହତ୍ୟା ଧମକ ମିଳୁଛି। ଅଭିଯୋଗ ପାଇବା ପରେ ଗତ ୫ ତାରିଖରେ ମନ୍ଦିର ଜମି ମାପଚୁପ କରି ତୁରନ୍ତ ମାର୍ଫତଦାରଙ୍କ ଦାୟିତ୍ୱରେ ଦେବା ପାଇଁ ଜିଲାପାଳ ଭବାନୀ ଶଙ୍କର ଚୟନୀ ଟାଙ୍ଗୀ-ଚୌଦ୍ୱାର ତହସିଲଦାର ଚୌଧୁରୀ ପ୍ରଜ୍ଞାନନ୍ଦ ଦାସଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ତହସିଲଦାର ସ୍ଥାନୀୟ ଆର୍‌ଆଇଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଧାର୍ଯ୍ୟ ତାରିଖରେ ତହସିଲ ପକ୍ଷରୁ ଜମି ମାପଚୁପ କରାଯାଇ ନଥିଲା। ଫଳରେ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରି ଅତିରିକ୍ତ ତହସିଲଦାର ରାଜେନ୍ଦ୍ର ନାରାୟଣ ମହାରଣାଙ୍କୁ ସୋମବାର ଲିଖିତ ଆକାରରେ ଜଣାଇଥିଲେ। ଏ ନେଇ ଅତିରିକ୍ତ ତହସିଲଦାର ମହାରଣା କହିଛନ୍ତି, ଆରଆଇଙ୍କୁ ଜ୍ୱର ହେଇଥିବାରୁ ସେ ଛୁଟିରେ ଥିଲେ। ସେଥିପାଇଁ ଧାର୍ଯ୍ୟଦିନ ମାପଚୁପ କରାଯାଇପାରିନାହିଁ। ଆସନ୍ତା ୧୦ଦିନ ମଧ୍ୟରେ ମନ୍ଦିର ଜମି ମାପଚୁପ କରାଯିବ। ବେଆଇନ ଭାବେ ମନ୍ଦିର ଜମି ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ। ଅତିରିକ୍ତ ତହସିଲଦାରଙ୍କ ସହ ଆଲୋଚନାବେଳେ ଗ୍ରାମର ରାମଚନ୍ଦ୍ର ଶତପଥୀ, ଅମରଜିତ୍‌ କର, ସଞ୍ଜୟ କୁମାର ଜେନା, ହୃଷୀକେଶ କର, ରମେଶ କର, ହୃଦାନନ୍ଦ ମହାନ୍ତି, ସଞ୍ଜୀତ ମହାନ୍ତି, ରାମଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri