Posted inଖେଳ

ପ୍ରତ୍ୟେହ ଟ୍ରେନିଂ ପାଇଁ ଯିବାକୁ ପଡ଼ୁଥିଲା ୮୦ କିମି: ଗୋଟିଏ ମ୍ୟାଚ୍‌ ବଦଳାଇ ଦେଇଥିଲା ଏହି ମହିଳା କ୍ରିକେଟରଙ୍କ ଜୀବନ

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଷ୍ଟାର ବୋଲର୍‌ ହେଉଛନ୍ତି ଝୁଲନ ଗୋସ୍ବାମୀ। ସେ ମହିଳା ଏକଦିବସୀୟ ମ୍ୟାଚ୍‌ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି। ୧୮୫ ମ୍ୟାଚ୍‌ରେ ୨୨୫ଟି ଉଇକେଟ ନେଇଛନ୍ତି ସେ। ଏହାଛଡ଼ା ଟି୨୦ ମ୍ୟାଚ୍‌ରେ ସେ ୫୬ଟି ଉଇକେଟ ନେଇଛନ୍ତି। ଝୁଲନଙ୍କ ଏହି ସଫଳତା କଠିନ ପରିଶ୍ରମର ଫଳ।

ପଶ୍ଚିମବଙ୍ଗର ଚକଦାହାରୁ ଆସିଥିବା ଝୁଲନ କଲିକତାର ଇଡେନ ଗାର୍ଡେନ୍‌ ପଡ଼ିଆରେ ଦେଖିଥିବା ଏକ ମ୍ୟାଚ୍‌ ତାଙ୍କ ଜୀବନର ଗତିପଥ ବଦଳାଇଦେଇଥିଲା। ମାତ୍ର ୧୫ ବର୍ଷ ବୟସରୁ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ଝୁଲନ। ଚକଦାହାରୁ ୮୦ କିମି ଦୂର ଯାତ୍ରା କରି ପ୍ରତିଦିନ ସେ ଟ୍ରେନିଂ ପାଇଁ ଯାଉଥିଲେ। ସକାଳ ୪ଟାରୁ ତାଙ୍କୁ ଟ୍ରେନ୍‌ ପାଇଁ ଅପେକ୍ଷା କରିବାକୁ ପଡ଼ୁଥିଲା। ସେତେବେଳେ ସେ କଲିକତାରୁ ଖେଳିବା ଆରମ୍ଭ କରିଥିଲେ।

୧୯୯୭ରେ ମହିଳା ବିଶ୍ୱକପ୍‌ ଦେଖିବାର ସୌଭାଗ୍ୟ ମିଳିଥିଲା ଝୁଲନଙ୍କୁ। ଏହି ମ୍ୟାଚ୍‌ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିଲା। ଉକ୍ତ ମ୍ୟାଚ୍‌ରେ ଝୁଲନ୍‌ ‘ବଲ୍‌ ଗର୍ଲ’ ଥିଲେ। ସେଠାରେ ସେ ବିଶ୍ୱର ପ୍ରତିଭାଶାଳି ମହିଳା କ୍ରିକେଟରମାନଙ୍କୁ ଦେଖିଥିଲେ। ଏହା ତାଙ୍କୁ ପ୍ରେରଣା ଯୋଗାଇଥିଲା। ଏହି ମ୍ୟାଚ୍‌ ପୂର୍ବରୁ ସେ କେବଳ କ୍ରିକେଟ ଖେଳୁଥିଲେ। ମ୍ୟାଚ୍‌ ଦେଖିବା ପରେ ସେ କ୍ରିକେଟକୁ ନିଜର କ୍ୟାରିୟର କରିବା ନିଷ୍ପତ୍ତି ନେଇଥିଲେ। ପରେ ୨୦୦୨ରେ ସେ ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଭାରତ ପକ୍ଷରୁ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri