Posted inଖେଳ

ଇତିହାସ ରଚିଲେ ଝୁଲନ୍‌

ସିଡନୀ,୨୬।୯: ଭାରତର ଅଭିଜ୍ଞ ବୋଲର ଝୁଲନ ଗୋସ୍ବାମୀ ରବିବାର ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଇତିହାସ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ଦିନିକିଆର ଶେଷ ଓଭରରେ ୨ଟି ନୋ ବଲ୍‌ ପକାଇୁ ସମାଲୋଚନାର ସମ୍ମୁଖୀନ ହୋଇଥିବା ଝୁଲନ ଏହି ମ୍ୟାଚରେ ୨ଟି ଉଇକେଟ୍‌ ନେଇଥିଲେ। ଏହା ସହ ସେ ତାଙ୍କ କ୍ୟାରିୟରର ୬୦୦ ଉଇକେଟ ମଧ୍ୟ ପୂରଣ କରିଥିଲେ। ମ୍ୟାଚ୍‌ର ୯ମ ଓଭରରେ ଝୁଲନ ଅଷ୍ଟ୍ରେଲିଆକୁ ୨ଟି ଝଟକା ଦେଇଥିଲେ। ଓଭରର ପ୍ରଥମ ବଲରେ ଝୁଲନ ରାଫେଲ ହେନ୍ସଙ୍କୁ ମଧ୍ୟଭାଗରେ ଶେଫାଳି ବର୍ମା କ୍ୟାଚ୍‌ ଧରିଥିଲେ। ଏହା ପରେ ସମାନ ଓଭରର ପଞ୍ଚମ ବଲରେ ଅଷ୍ଟ୍ରେଲୀୟ ଅଧିନାୟକ ମେଗ ଲେନିଙ୍ଗଙ୍କୁ ଉଇକେଟ କିପର ରିଚା ଘୋଷ କ୍ୟାଚ୍‌ କରିଥିଲେ। ମେଗ ତାଙ୍କ ଖାତା ମଧ୍ୟ ଖୋଲି ପାରି ନ ଥିଲେ। ପ୍ରଥମେ ବ୍ୟାଟିଂ କରିବାକୁ ବାହାରିଥିବା ଝୁଲନ ଅଷ୍ଟ୍ରେଲୀୟ ଦଳକୁ ୯ ଓଭରରେ ୪୧ ରନ ଦେଇ ୨ଟି ଝଟକା ଦେଇଥିଲେ।
୨୦୦୨ ରେ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିବା ଝୁଲନ ଏହା ପୂର୍ବରୁ ୧୯୧ ଟି ଦିନିକିଆରେ ୨୩୭ଟି ଉଇକେଟ ନେଇଥିଲେ। ଏଥି ସହିତ ୧୧ ଟି ଟେଷ୍ଟରେ ୪୧ ଉଇକେଟ ଏବଂ ୬୮ଟି -୨୦ ରେ ୫୬ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri