Posted inଖେଳ

ଲର୍ଡସ୍‌ ମ୍ୟାଚ ପରେ ଅବସର ନେଇପାରନ୍ତି ଝୁଲଣ

କୋଲକାତା, ୨୧ା୮: ମହିଳା ଅନ୍ତର୍ଜାତୀୟ କ୍ରିକେଟର, ଅଗ୍ରଣୀ ଉଇକେଟ ହାସଲକାରୀ ଭେଟେରାନ ଭାରତୀୟ ବୋଲର ଝୁଲଣ ଗୋସ୍ବାମୀ ଲଡର୍‌ସଠାରେ ସେପ୍ଟେମ୍ବର ୨୪ରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ତାଙ୍କର ଅବସର ଘୋଷଣା କରିବେ ବୋଲି ଏକ ରିପୋର୍ଟରେ କୁହାଯାଇଛି। ଇଂଲଣ୍ଡ ମହିଳା କ୍ରିକେଟ ଦଳ ବିପକ୍ଷରେ ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ହୋଭ୍‌ (ସେପ୍ଟେମ୍ବର ୧୮), କାଣ୍ଟରବୁରି (ସେପ୍ଟେମ୍ବର ୨୧) ଓ ଲଡର୍‌ସ (ସେପ୍ଟେମ୍ବର ୨୪)ଠାରେ ଖେଳାଯିବ। ଏଥିଲାଗି ୩୯ ବର୍ଷୀୟା ପେସ୍‌ ବୋଲର ୧୭ଜଣିଆ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି। ଝୁଲଣ ଗତଥର ଭାରତ ତରଫରୁ ଚଳିତବର୍ଷ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ବିଶ୍ୱକପ୍‌ ମ୍ୟାଚ ଖେଳିଥିଲେ। ଝୁଲଣ ଭାରତର ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲ ବିଶ୍ୱକପ୍‌ ଗ୍ରୁପ୍‌ ମ୍ୟାଚ ବେଳେ ଆଘାତପ୍ରାପ୍ତ ହୋଇଥିଲେ। ଫଳରେ ତାଙ୍କୁ ଜୁଲାଇରେ ଶ୍ରୀଲଙ୍କା ଟୁର୍‌ରୁ ଓହରିଯିବାକୁ ହୋଇଥିଲା। ରିପୋର୍ଟ ଅନୁସାରେ ଆସନ୍ତା ବର୍ଷ ହେବାକୁଥିବା ମହିଳା ଆଇପିଏଲ୍‌ ଉଦ୍‌ଘାଟନୀ ଉପରେ ଝୁଲଣ ନଜର ରଖିଛନ୍ତି। ଏଥିରେ ସେ ମେଣ୍ଟର ଭୂମିକାରେ ଅବତୀର୍ଣ୍ଣ ହୋଇପାରନ୍ତି। ସେ ପୁରୁଷ ଫ୍ରାଞ୍ଚାଇଜ୍‌ ସହ ଏନେଇ ଯୋଗାଯୋଗରେ ରହିଛନ୍ତି। ୨୦୦୨ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଝୁଲଣ ୨୦୧୮ରେ ଅନ୍ତର୍ଜାତୀୟ ଟି୨୦ରୁ ଅବ୍ୟାହତି ନେଇଥିଲେ। ସେ ତାଙ୍କ ଅନ୍ତିମ ଟେଷ୍ଟ ମ୍ୟାଚ ୨୦୨୧ ଅକ୍ଟୋବରରେ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri