୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ ଚାଲିବ। ଝୁଲଣ କୁଞ୍ଜରେ ବିଜେ ହେବେ ଶ୍ରୀ ରାଧାକୃଷ୍ଣ। କୁଞ୍ଜରେ ଝୁଲିବେ ଶ୍ରୀ ଲକ୍ଷ୍ମୀ, ସରସ୍ବତୀ ଓ ମଦନ ମୋହନ। ହେଲେ ଚଳିତବର୍ଷ ଠାକୁରଙ୍କ ରୀତି ନୀତି କେବଳ ଅନୁଷ୍ଠିତ ହେବ, ଶ୍ରଦ୍ଧାଳୁମାନେ ବିଭିନ୍ନ ମଠ ବାଡ଼ିରେ ଝୁଲଣ ମଣ୍ଡପରେ ଶ୍ରୀବିଗ୍ରହଙ୍କୁ ଦର୍ଶନ କରିବାରୁ ବଞ୍ଚତ୍ତ ହେବେ। ଝୁଲଣ ମହୋତ୍ସବ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ତିନି ବାଡ଼ରେ ସର୍ବାଙ୍ଗ ଲାଗି ଓ ବେଶ ହେବ। ମହାଜନମାନେ ସିଂହାସନରୁ ଶ୍ରୀଦେବୀ ଭୂଦେବୀଙ୍କୁ ଦକ୍ଷିଣ ଘରୁ ମଦନମୋହନଙ୍କୁ ଖଟ ଶେଜରେ ବିଜେ କରାଇବେ। ପୂଜାପଣ୍ଡା ସାମନ୍ତ ମାଣ୍ଡୁଅ ଭୋଗ ଅର୍ପଣ କରିବେ। ତିନିବାଡରେ ଆଳତି ପରେ ତିନି ମୂର୍ତ୍ତି ଝୁଲଣ ମଣ୍ଡପ ଦୋଳିକୁ ଅଣାଯିବ। ବିଡିଆ ପାନ ମଣୋହି ଓ ସନ୍ଧ୍ୟା ଧୂପ ସରିଲେ ଝୁଲଣ ମଣ୍ଡପଠାରେ ପଞ୍ଚ ଉପଚାରରେ ପୂଜା ହେବ। ଚନ୍ଦନ ଲାଗି ପରେ ଝୁଲଣ କୁଞ୍ଜରେ ବିରାଜିତ ମଦନ ମୋହନକୁ ଦକ୍ଷିଣଘର ଓ ଦୁଇ ଠାକୁରାଣୀକୁ ଗର୍ଭ ଗୃହକୁ ବିଜେ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri