୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ ଚାଲିବ। ଝୁଲଣ କୁଞ୍ଜରେ ବିଜେ ହେବେ ଶ୍ରୀ ରାଧାକୃଷ୍ଣ। କୁଞ୍ଜରେ ଝୁଲିବେ ଶ୍ରୀ ଲକ୍ଷ୍ମୀ, ସରସ୍ବତୀ ଓ ମଦନ ମୋହନ। ହେଲେ ଚଳିତବର୍ଷ ଠାକୁରଙ୍କ ରୀତି ନୀତି କେବଳ ଅନୁଷ୍ଠିତ ହେବ, ଶ୍ରଦ୍ଧାଳୁମାନେ ବିଭିନ୍ନ ମଠ ବାଡ଼ିରେ ଝୁଲଣ ମଣ୍ଡପରେ ଶ୍ରୀବିଗ୍ରହଙ୍କୁ ଦର୍ଶନ କରିବାରୁ ବଞ୍ଚତ୍ତ ହେବେ। ଝୁଲଣ ମହୋତ୍ସବ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ତିନି ବାଡ଼ରେ ସର୍ବାଙ୍ଗ ଲାଗି ଓ ବେଶ ହେବ। ମହାଜନମାନେ ସିଂହାସନରୁ ଶ୍ରୀଦେବୀ ଭୂଦେବୀଙ୍କୁ ଦକ୍ଷିଣ ଘରୁ ମଦନମୋହନଙ୍କୁ ଖଟ ଶେଜରେ ବିଜେ କରାଇବେ। ପୂଜାପଣ୍ଡା ସାମନ୍ତ ମାଣ୍ଡୁଅ ଭୋଗ ଅର୍ପଣ କରିବେ। ତିନିବାଡରେ ଆଳତି ପରେ ତିନି ମୂର୍ତ୍ତି ଝୁଲଣ ମଣ୍ଡପ ଦୋଳିକୁ ଅଣାଯିବ। ବିଡିଆ ପାନ ମଣୋହି ଓ ସନ୍ଧ୍ୟା ଧୂପ ସରିଲେ ଝୁଲଣ ମଣ୍ଡପଠାରେ ପଞ୍ଚ ଉପଚାରରେ ପୂଜା ହେବ। ଚନ୍ଦନ ଲାଗି ପରେ ଝୁଲଣ କୁଞ୍ଜରେ ବିରାଜିତ ମଦନ ମୋହନକୁ ଦକ୍ଷିଣଘର ଓ ଦୁଇ ଠାକୁରାଣୀକୁ ଗର୍ଭ ଗୃହକୁ ବିଜେ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri