ସଂସ୍କୃତି, ପରମ୍ପରାର ଜ୍ୱଳନ୍ତ ଉଦାହରଣ ଝୁରିମାଲ ନୂଆଁଖାଇ

ସୁନ୍ଦରଗଡ଼,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ମହାନ ସଂସ୍କୃତି, ପରମ୍ପରା ଓ ଭାଇଚାରାର ଏକ ଅପୂର୍ବ ନିଦର୍ଶନ। ଏହି ଗଣପର୍ବକୁ ଅଭିନବ ଢଙ୍ଗରେ ପାଳନ କରିଆସୁଛନ୍ତି ସୁନ୍ଦରଗଡ଼ ଜିଲା ଲେଫ୍ରିପରା ବ୍ଲକର ଝୁରିମାଲ ଗ୍ରାମବାସୀ। ଝୁରିମାଲ ଗାଁର ପ୍ରତ୍ୟେକ ପରିବାର ଏକାଠି ସାମୂହିକ ଭାବେ ନୂଆଁଖାଇ ପାଳନ କରି ଭାଇଚାରା, ଏକତା, ସଦ୍‌ଭାବନା ଓ ସଂହତିର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଗୁରୁବାର ପବିତ୍ର ନୂଆଁଖାଇ ଉପଲକ୍ଷେ ସକାଳ ୧୦ଟା ୪୫ରେ ଗ୍ରାମର ଆରାଧ୍ୟ ଦେବତା ସଂକଟମୋଚନ ହନୁମାନବୀରଙ୍କ ମନ୍ଦିରରେ ନବାନ୍ନ ଅର୍ପଣ କରାଯିବା ପରେ ଗ୍ରାମର ପ୍ରତ୍ୟେକ ପରିବାର ନିଜ ନିଜ ଇଷ୍ଟଦେବା/ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହାପରେ ପରିବାରର ସମସ୍ତ ଲୋକ ଏକତ୍ରିତ ହୋଇ ନବାନ୍ନ ଖାଇଥିଲେ। ଏହି ଅବସରରେ ଝୁରିମାଲ ବନ ସୁରକ୍ଷା ସମିତି, ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେବକ’ ଓ ଜୟ ବଜରଙ୍ଗ କ୍ଲବର ମିଳିତ ଉଦ୍ୟମରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଲୁପ୍ତ ବିଭିନ୍ନ ପୁରାତନ ଖେଳ ଯଥା: ପୁଚି, ଶଙ୍ଖ ଫୁକା, ହୁଳହୁଳି, ବାଡିଘିଚା ଇତ୍ୟାଦି ପ୍ରତିଯୋଗିତା ଏଥିରେ ସାମିଲ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସୁନ୍ଦରଗଡ ବିଧାୟିକା ଶ୍ରୀମତୀ କୁସୁମ ଟେଟେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri