ସଂସ୍କୃତି, ପରମ୍ପରାର ଜ୍ୱଳନ୍ତ ଉଦାହରଣ ଝୁରିମାଲ ନୂଆଁଖାଇ

ସୁନ୍ଦରଗଡ଼,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ମହାନ ସଂସ୍କୃତି, ପରମ୍ପରା ଓ ଭାଇଚାରାର ଏକ ଅପୂର୍ବ ନିଦର୍ଶନ। ଏହି ଗଣପର୍ବକୁ ଅଭିନବ ଢଙ୍ଗରେ ପାଳନ କରିଆସୁଛନ୍ତି ସୁନ୍ଦରଗଡ଼ ଜିଲା ଲେଫ୍ରିପରା ବ୍ଲକର ଝୁରିମାଲ ଗ୍ରାମବାସୀ। ଝୁରିମାଲ ଗାଁର ପ୍ରତ୍ୟେକ ପରିବାର ଏକାଠି ସାମୂହିକ ଭାବେ ନୂଆଁଖାଇ ପାଳନ କରି ଭାଇଚାରା, ଏକତା, ସଦ୍‌ଭାବନା ଓ ସଂହତିର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଗୁରୁବାର ପବିତ୍ର ନୂଆଁଖାଇ ଉପଲକ୍ଷେ ସକାଳ ୧୦ଟା ୪୫ରେ ଗ୍ରାମର ଆରାଧ୍ୟ ଦେବତା ସଂକଟମୋଚନ ହନୁମାନବୀରଙ୍କ ମନ୍ଦିରରେ ନବାନ୍ନ ଅର୍ପଣ କରାଯିବା ପରେ ଗ୍ରାମର ପ୍ରତ୍ୟେକ ପରିବାର ନିଜ ନିଜ ଇଷ୍ଟଦେବା/ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହାପରେ ପରିବାରର ସମସ୍ତ ଲୋକ ଏକତ୍ରିତ ହୋଇ ନବାନ୍ନ ଖାଇଥିଲେ। ଏହି ଅବସରରେ ଝୁରିମାଲ ବନ ସୁରକ୍ଷା ସମିତି, ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସେବକ’ ଓ ଜୟ ବଜରଙ୍ଗ କ୍ଲବର ମିଳିତ ଉଦ୍ୟମରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଲୁପ୍ତ ବିଭିନ୍ନ ପୁରାତନ ଖେଳ ଯଥା: ପୁଚି, ଶଙ୍ଖ ଫୁକା, ହୁଳହୁଳି, ବାଡିଘିଚା ଇତ୍ୟାଦି ପ୍ରତିଯୋଗିତା ଏଥିରେ ସାମିଲ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସୁନ୍ଦରଗଡ ବିଧାୟିକା ଶ୍ରୀମତୀ କୁସୁମ ଟେଟେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri