ରିୟାଦ, ୬ା୯ (ପି.ଟି.): ଚାଇନା ଲିଫ୍ଟର ଜିଆଙ୍ଗ ହୁଇହୁଆ ଏଠାରେ ଚାଲିଥିବା ବିଶ୍ୱ ଚାମ୍ପିୟନଶିପ୍ରେ କ୍ଲିନ ଆଣ୍ଡ ଜର୍କରେ ୧୨୦ କେଜି ଉତ୍ତୋଳନ କରି ଟୋକିଓ ଅଲିମ୍ପିକ ରୌପ୍ୟ ବିଜେତା ମୀରାବାଇ ଚାନୁଙ୍କ ନାମରେ ରହିଥିବା ବିଶ୍ୱରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଚାନୁ ୨୦୨୧ ଏସିଆନ ଚାମ୍ପିୟନଶିପ୍ରେ ୧୧୯କେଜି ଉଠାଇ ବିଶ୍ୱ ରେକର୍ଡ କରିଥିଲେ। ହୁଇହୁଆ ୪୯କେଜିଶ୍ରେଣୀ କ୍ଲିନ ଆଣ୍ଡ ଜର୍କ ବିଭାଗରେ ସଫଳତାର ସହ ତାଙ୍କ ବିଶ୍ୱ ଚାମ୍ପିୟନଶିପ୍ ଟାଇଟଲ ବଜାୟ ରଖିପାରିଛନ୍ତି। କେବଳ ସେତିକି ନୁହେଁ ଚାଇନିଜ ଲିଫ୍ଟର ମୋଟ ୨୧୫ କେଜି ଉତ୍ତୋଳନ କରି ନୂଆ ବିଶ୍ୱରେକର୍ଡ କରଛନ୍ତି। ପୂର୍ବରୁ ଏହି ରେକର୍ଡ ତାଙ୍କ ଦେଶର ବର୍ତ୍ତମାନ ଅଲିମ୍ପିକ ଚାମ୍ପିୟନ ହୋଉ ଝିହୁଇ (୨୧୩ କେଜି)ଙ୍କ ନାମରେ ରହିଥିଲା। ହୁଇହୁଆ ସ୍ନାଚ୍ରେ ୯୫କେଜି ଓଜନ ଉଠାଇ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଝିହୁଇ ୨୧୧କେଜି (୯୫+୧୧୬କେଜି) ସହ ଦ୍ୱିତୀୟ ହୋଇଥିଲେ। ଆମେରିକାର ଜୋର୍ଡାନ ଡେଲାକ୍ରୁଜ୍ ୨୦୦କେଜି (୮୮କେଜି+୧୧୨କେଜି) ଓଜନ ଉଠାଇ ତାଙ୍କ ଦେଶ ପାଇଁ ବ୍ରୋଞ୍ଜ ଜିତିଥିଲେ। ସୂଚନାଯୋଗ୍ୟ, ଆଗକୁ ଏସିଆନ ଗେମ୍ସରେ ରହିଥିବାରୁ ଏଥିଲାଗି ପ୍ରସ୍ତୁତି ସକାଶେ ଚାନୁ ବିଶ୍ୱ ଚାମ୍ପିୟନଶିପ୍ରୁ ଓହରିଯାଇଥିଲେ।
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍ ପୂର୍ବରୁ ହଠାତ୍ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ
ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


