ନିର୍ଦ୍ଦିଷ୍ଟ ଅବଧି ମଧ୍ୟରେ ଶେଷ ହେଉ ଜାଇକା କାମ

କଟକ,୪ା୮ (କାର୍ତ୍ତିକ ସାହୁ): କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ସମୟ ଅବଧି ମଧ୍ୟରେ ଶେଷ କରାଯିବାକୁ ନେଇ ହାଇକୋର୍ଟରେ ବୁଧବାର ଏକ ପିଟିଶନ ଦାୟର ହୋଇଛି। ଜାଇକା କାର୍ଯ୍ୟ ବିଳମ୍ବିତ ହେଉଥିବା କାରଣରୁ ସହରବାସୀ ଦୁର୍ଦ୍ଦଶା ଭୋଗୁଛନ୍ତି। ଜାଇକାର ଅପରିଣାମଦର୍ଶୀ କାର୍ଯ୍ୟ ଯୋଗୁ ଅନେକ ଜୀବନହାନି ଘଟିଛି। ଏନେଇ ଅଭିଯୋଗ ସତ୍ତ୍ୱେ ବି ପୋଲିସ କୌଣସି ମାମଲା ରୁଜୁ କରୁନାହିଁ କି ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉନାହିଁ। ଦେବାଶିଷ ରାଉତଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି।
କଟକ ସହରର ଡ୍ରେନେଜ ଓ ସ୍ବେରେଜ ବ୍ୟବସ୍ଥାର ଉନ୍ନତୀକରଣ ନିମନ୍ତେ ଜାଇକା ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ୨୦୧୨ ଅକ୍ଟୋବରରେ ଶିଳାନ୍ୟାସ କରିଥିଲେ। ୨୦୧୬ରେ ଏହି କାର୍ଯ୍ୟ ଶେଷ ହେବା ପାଇଁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ହେଲେ ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଅପରପକ୍ଷରେ ସହରର ରାସ୍ତାଗୁଡ଼ିକ ବାରମ୍ବାର ଖୋଳିବା ଫଳରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବକ୍ସଡ୍ରେନ୍‌ କାମ ଚାଲିଥିବାବେଳେ ସହରବାସୀ ପୂର୍ବଭଳି ଜଳବନ୍ଦୀ ସମସ୍ୟା ଭୋଗୁଛନ୍ତି। ୨୦୨୦ରେ ଜାଇକାର କାର୍ଯ୍ୟ ନେଇ ହାଇକୋର୍ଟ ନିଜ ଆଡୁ ଏକ ମାମଲା ରୁଜୁ କରିଥିଲେ। ଏହି ମାମଲାର ଶୁଣାଣିବେଳେ ୨୦୨୧ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜାଇକାର ପ୍ରକଳ୍ପ ନିର୍ଦ୍ଦେଶକ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ମାତ୍ର ତାହା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ପ୍ରାରମ୍ଭିକ ଅବସ୍ଥାରେ ଜାଇକା ପ୍ରକଳ୍ପ ପାଇଁ ୭୫୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିଲା। ମାତ୍ର ଏହା ଏବେ ୪,୦୦୦କୋଟି ଟଙ୍କାରେ ପହଞ୍ଚିଲାଣି। ଖାଲି ସେତିକି ନୁହେଁ, ଜାଇକାର ଅବହେଳା ଯୋଗୁ ଅନେକ ଜୀବନହାନି ଘଟିଲାଣି। ଚଳିତବର୍ଷ ମୁକୁଳା ଡ୍ରେନରେ ପଡ଼ି ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉନାହିଁ। ଏପରି କି ଥାନାରେ ଅଭିଯୋଗ କଲେ ବି ମାମଲା ରୁଜୁ ହେଉନାହିଁ। ଜାଇକା କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କ ମୃତ୍ୟୁ ହେଲେ ସେମାନଙ୍କ ପରିବାର ଉପଯୁକ୍ତ କ୍ଷତିପୂରଣ ପାଉନାହାନ୍ତି। ତେଣୁ ଜାଇକା କାର୍ଯ୍ୟ କେବେ ଶେଷ ହେବ, ମୁକୁଳା ଡ୍ରେନ୍‌ର ସୁରକ୍ଷା ନେଇ କ’ଣ ପଦକ୍ଷେପ ନିଆଯାଉଛି ଓ ବିନା ଶ୍ରମ କାର୍ଡରେ କାମ କରୁଥିବା ଶ୍ରମିକଙ୍କୁ କ୍ଷତିପୂରଣ ଲାଗି କ’ଣ ବ୍ୟବସ୍ଥା ହୋଇଛି ସେ ସମ୍ପର୍କରେ ଜଣାଇବା ପାଇଁ ନିର୍ଦ୍ଦେଶ ଦେବାକୁ ପିଟିଶନ୍‌ରେ ପ୍ରାର୍ଥନା କରାଯାଇଛି। ଏଥିରେ ନଗର ଉନ୍ନୟନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ, ଜାଇକାର ମୁଖ୍ୟଯନ୍ତ୍ରୀ, ସିଏମ୍‌ସି କମିଶନର ଓ କଟକ ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆଇନଜୀବୀ ପଦ୍ମାଳୟା ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri