ନିର୍ଦ୍ଦିଷ୍ଟ ଅବଧି ମଧ୍ୟରେ ଶେଷ ହେଉ ଜାଇକା କାମ

କଟକ,୪ା୮ (କାର୍ତ୍ତିକ ସାହୁ): କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ସମୟ ଅବଧି ମଧ୍ୟରେ ଶେଷ କରାଯିବାକୁ ନେଇ ହାଇକୋର୍ଟରେ ବୁଧବାର ଏକ ପିଟିଶନ ଦାୟର ହୋଇଛି। ଜାଇକା କାର୍ଯ୍ୟ ବିଳମ୍ବିତ ହେଉଥିବା କାରଣରୁ ସହରବାସୀ ଦୁର୍ଦ୍ଦଶା ଭୋଗୁଛନ୍ତି। ଜାଇକାର ଅପରିଣାମଦର୍ଶୀ କାର୍ଯ୍ୟ ଯୋଗୁ ଅନେକ ଜୀବନହାନି ଘଟିଛି। ଏନେଇ ଅଭିଯୋଗ ସତ୍ତ୍ୱେ ବି ପୋଲିସ କୌଣସି ମାମଲା ରୁଜୁ କରୁନାହିଁ କି ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉନାହିଁ। ଦେବାଶିଷ ରାଉତଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି।
କଟକ ସହରର ଡ୍ରେନେଜ ଓ ସ୍ବେରେଜ ବ୍ୟବସ୍ଥାର ଉନ୍ନତୀକରଣ ନିମନ୍ତେ ଜାଇକା ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ୨୦୧୨ ଅକ୍ଟୋବରରେ ଶିଳାନ୍ୟାସ କରିଥିଲେ। ୨୦୧୬ରେ ଏହି କାର୍ଯ୍ୟ ଶେଷ ହେବା ପାଇଁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ହେଲେ ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଅପରପକ୍ଷରେ ସହରର ରାସ୍ତାଗୁଡ଼ିକ ବାରମ୍ବାର ଖୋଳିବା ଫଳରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବକ୍ସଡ୍ରେନ୍‌ କାମ ଚାଲିଥିବାବେଳେ ସହରବାସୀ ପୂର୍ବଭଳି ଜଳବନ୍ଦୀ ସମସ୍ୟା ଭୋଗୁଛନ୍ତି। ୨୦୨୦ରେ ଜାଇକାର କାର୍ଯ୍ୟ ନେଇ ହାଇକୋର୍ଟ ନିଜ ଆଡୁ ଏକ ମାମଲା ରୁଜୁ କରିଥିଲେ। ଏହି ମାମଲାର ଶୁଣାଣିବେଳେ ୨୦୨୧ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜାଇକାର ପ୍ରକଳ୍ପ ନିର୍ଦ୍ଦେଶକ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ମାତ୍ର ତାହା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ପ୍ରାରମ୍ଭିକ ଅବସ୍ଥାରେ ଜାଇକା ପ୍ରକଳ୍ପ ପାଇଁ ୭୫୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିଲା। ମାତ୍ର ଏହା ଏବେ ୪,୦୦୦କୋଟି ଟଙ୍କାରେ ପହଞ୍ଚିଲାଣି। ଖାଲି ସେତିକି ନୁହେଁ, ଜାଇକାର ଅବହେଳା ଯୋଗୁ ଅନେକ ଜୀବନହାନି ଘଟିଲାଣି। ଚଳିତବର୍ଷ ମୁକୁଳା ଡ୍ରେନରେ ପଡ଼ି ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉନାହିଁ। ଏପରି କି ଥାନାରେ ଅଭିଯୋଗ କଲେ ବି ମାମଲା ରୁଜୁ ହେଉନାହିଁ। ଜାଇକା କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କ ମୃତ୍ୟୁ ହେଲେ ସେମାନଙ୍କ ପରିବାର ଉପଯୁକ୍ତ କ୍ଷତିପୂରଣ ପାଉନାହାନ୍ତି। ତେଣୁ ଜାଇକା କାର୍ଯ୍ୟ କେବେ ଶେଷ ହେବ, ମୁକୁଳା ଡ୍ରେନ୍‌ର ସୁରକ୍ଷା ନେଇ କ’ଣ ପଦକ୍ଷେପ ନିଆଯାଉଛି ଓ ବିନା ଶ୍ରମ କାର୍ଡରେ କାମ କରୁଥିବା ଶ୍ରମିକଙ୍କୁ କ୍ଷତିପୂରଣ ଲାଗି କ’ଣ ବ୍ୟବସ୍ଥା ହୋଇଛି ସେ ସମ୍ପର୍କରେ ଜଣାଇବା ପାଇଁ ନିର୍ଦ୍ଦେଶ ଦେବାକୁ ପିଟିଶନ୍‌ରେ ପ୍ରାର୍ଥନା କରାଯାଇଛି। ଏଥିରେ ନଗର ଉନ୍ନୟନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ, ଜାଇକାର ମୁଖ୍ୟଯନ୍ତ୍ରୀ, ସିଏମ୍‌ସି କମିଶନର ଓ କଟକ ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆଇନଜୀବୀ ପଦ୍ମାଳୟା ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri