Posted inଜାତୀୟ

ଜିଗ୍ନେଶ ମେଭାନିଙ୍କୁ ୬ ମାସ ଜେଲ

ନୂଆଦିଲ୍ଲୀ,୧୭।୯: ୨୦୧୬ରେ ଦଙ୍ଗା ସୃଷ୍ଟି ଏବଂ ବେଆଇନ ଭାବେ ଏକତ୍ର ହେବା ମାମଲାରେ ଅହମଦାବାଦର ଏକ ଅଦାଲତ ଶୁକ୍ରବାର ଗୁଜରାଟ କଂଗ୍ରେସର କାର୍ଯ୍ୟକାରୀ ସଭାପତି ଜିଗ୍ନେଶ ମେଭାନି ଏବଂ ଅନ୍ୟ ୧୮ ଜଣଙ୍କୁ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଗୁଜରାଟ ବିଶ୍ୱବିଦ୍ୟାଳୟର ଏକ ନିର୍ମାଣାଧୀନ ବିଲ୍ଡିଂକୁ ବି.ଆର୍‌. ଆମ୍ବେଡ୍‌କରଙ୍କ ନାମରେ ନାମିତ କରିବା ଦାବିରେ ୨୦୧୬ରେ ମେଭାନିଙ୍କ ସହ ରାଷ୍ଟ୍ରୀୟ ଦଳିତ ଅଧିକାର ମଞ୍ଚର ସଦସ୍ୟମାନେ ବିକ୍ଷୋଭ କରିଥିଲେ। ଏହି ଘଟଣାରେ ମୋଟ ୨୦ ଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କ ବିରୋଧରେ ଦଙ୍ଗା ସୃଷ୍ଟି କରିବା ଏବଂ ବେଆଇନ ଭାବେ ଏକତ୍ର ହେବା ନେଇ ମାମଲା ରୁଜୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କର ଇତିମଧ୍ୟରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୯ ଜଣଙ୍କୁ ୬ ମାସ ଲେଖାଏ ଜେଲଦଣ୍ଡ ହୋଇଛି। ଏଥିସହିତ ଅତିରିକ୍ତ ମୁଖ୍ୟ ମେଟ୍ରୋପଲିଟାନ ମାଜିଷ୍ଟେଟ୍‌ ପି.ଏନ୍‌. ଗୋସ୍ବାମୀ ଅଭିଯୁକ୍ତମାନଙ୍କ ଉପରେ ଜରିମାନା ଲଗାଇଛନ୍ତି। ଅକ୍ଟୋବର ୧୭ ମଧ୍ୟରେ ସେମାନେ ଦଣ୍ଡାଦେଶ ବିରୋଧରେ ଉପର କୋର୍ଟରେ ଆବେଦନ କରିପାରିବେ।
ଦଳିତ ନେତା ମେଭାନି ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀ ଭାବେ ବିଜୟୀ ହୋଇଥିଲେ। ପରେ ତାଙ୍କୁ କଂଗ୍ରେସ ଗୁଜରାଟ ଶାଖାର କାର୍ଯ୍ୟକାରୀ ସଭାପତି କରାଯାଇଥିଲା। ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ମେଭାନିଙ୍କୁ ଜେଲଦଣ୍ଡ ଦଳ ପାଇଁ ବଡ଼ ଝଟ୍‌କା ହୋଇଛି। ୨୦୧୭ରେ ବିନା ଅନୁମତିରେ ରାଲି ବାହାର କରିବା ମାମଲାରେ ଗତ ମେ’ ମାସରେ ମେଭାନିଙ୍କୁ ୩ ମାସ ଜେଲଦଣ୍ଡ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିବା ଏବଂ ଅନ୍ୟ ଏକ ମାମଲାରେ ଗତ ଏପ୍ରିଲରେ ମେଭାନିଙ୍କୁ ଆସାମ ପୋଲିସ ଗିରଫ କରିଥିଲା। ଉଭୟ ମାମଲାରେ ତାଙ୍କୁ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?