ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଏହି ଶିକ୍ଷାନୁଷ୍ଠାନରୁ ସୃଷ୍ଟି ହେଉଥିବା ଆତଙ୍କବାଦୀମାନେ ପାକିସ୍ତାନ ଲାଗି ଆତଙ୍କ ପାଲଟିଛନ୍ତି। ଦେଶରେ ବିଭିନ୍ନ ଆତଙ୍କବାଦୀ କାର୍ଯ୍ୟକଳାପ ଏସବୁ ଶିକ୍ଷାନୁଷ୍ଠାନ ଯୋଗୁ ଦେଖା ଦେଉଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇ ବିଭିନ୍ନ ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଥିଲା। ସେଥି ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜେହାଦ୍‌ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ମାତ୍ର ଏବେ ଏହାଦ୍ୱାରା ଅନ୍ତର୍ଜାତୀୟସ୍ତରରେ ପାକିସ୍ତାନକୁ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ଦେଶର ମାନ୍ୟତା ମିଳିଛି। ଧୀରେଧୀରେ ବିଭିନ୍ନ ଅନ୍ତର୍ଜାତୀୟ ଆର୍ଥିକ ଅନୁଦାନରୁ ପାକିସ୍ତାନ ବଞ୍ଚିତ ହେବାରେ ଲାଗିଛି। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ଏବେ ପାକିସ୍ତାନର ସ୍ଥିତି ଖରାପ ହେବାରେ ଲାଗିଛି। ପେଶଓ୍ବାରର ପୂର୍ବରେ ଥିବା ଆରୋରା କଟ୍ଟାକ୍‌ଠାରେ ଥିବା ଦାରୁଲ ଉଲମ୍‌ ହାକ୍ୱାନିଆ ସେମିନାରୀ ପାକିସ୍ତାନର ବଡ଼ ଜେହାଦ୍‌ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ହାସଲ କରିଛି। ଏଠାରେ ଶିକ୍ଷାଲାଭ କରିଥିବା ଶିକ୍ଷାର୍ଥୀ ପରବର୍ତ୍ତୀ ସମୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ପୂର୍ବଜନ ପ୍ରଧାନମନ୍ତ୍ରୀ ବେନଜିର ଭୁଟୋଙ୍କ ହତ୍ୟା ଘଟଣାରେ ଏହି ଜେହାଦ୍‌ ବିଶ୍ୱବିଦ୍ୟାଳୟର ଶିକ୍ଷାର୍ଥୀ ଆତ୍ମଘାତୀ ବିସ୍ଫୋଣ କରିଥିଲେ। ଏବେ ଭାରତ ସମେତ ଆଫଗାନିସ୍ତାନରେ ମଧ୍ୟ ଏହି ବିଶ୍ୱବିଦ୍ୟାଳୟର ଶିକ୍ଷାର୍ଥୀ ଆତଙ୍କବାଦୀ କାର୍ଯ୍ୟରେ ଲିପ୍ତ ରହିଥିବା ଅଭିଯୋଗ ହେଉଛି। ଏହି ଜେହାଦ୍‌ ବିଶ୍ୱବିଦ୍ୟାଳୟ ବିରୋଧରେ କୌଣସି ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ ନ କରି ପାକିସ୍ତାନ ଜାଣିଶୁଣି ନିଜ ଗୋଡ଼ରେ ଚୋଟ ମାରୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri