Posted inଜାତୀୟ

ଶାଳୀଙ୍କୁ ଭଲ ପାଉଥିଲେ ଭିଣୋଇ, ଏପଟେ ଶଳା କରୁଥିଲେ ଭଉଣୀଙ୍କୁ ପ୍ରେମ, ଏସବୁ ଦେଖି ସ୍ତ୍ରୀ କଲେ…

କମଲୁପୁର,୨୪।୯: ଶାଳୀ ଭିଣୋଇଙ୍କୁ ନେଇ ଆପଣ ଅନେକ ଖବର ଶୁଣିଥିବେ। କିନ୍ତୁ ଏହି ଖବର କିଛି ଅଲଗା। ଯାହାକୁ ଆପଣ ଶୁଣିଲେ ତାଜୁବ ହୋଇଯିବେ। ଜଣେ ଯୁବକ ତାଙ୍କ ସ୍ତ୍ରୀଙ୍କୁ ଛାଡି ନିଜ ଶାଳୀଙ୍କ ସହ ଫେରାର ହୋଇଯାଇଛନ୍ତି। ଏହାକୁ ଦେଖି ଦିନକ ପରେ ବ୍ୟକ୍ତିଙ୍କ ଶଳା ଭିଣୋଇଙ୍କ ଭଉଣୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଯାହା ଏବେ ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି।

ଦେବରାନିଆ ଥାନା ଅଞ୍ଚଳର କମଲୁପୁର ଗାଁର ଜଣେ ବ୍ୟକ୍ତି ଛଅ ବର୍ଷ ପୂର୍ବେ ନବାବଗଞ୍ଜ ଅଞ୍ଚଳର ଜଣେ ମହିଳାଙ୍କୁ ବିବାହ କରିଥିଲେ। ସେମାନଙ୍କର ଦୁଇଟି ସନ୍ତାନ ଅଛନ୍ତି। କିନ୍ତୁ, ସେ ନିଜ ଶାଳୀଙ୍କ ପ୍ରେମରେ ପଡ଼ିଯାଇଥିଲେ। କିନ୍ତୁ ଅନ୍ୟପଟେ କିଛି ଅଲଗା ଲଭଷ୍ଟୋରୀ ଚାଲିଥିଲା। ଅର୍ଥାତ୍‌ ଯୁବକଙ୍କ ଭଉଣୀ ତାଙ୍କ ଶଳାଙ୍କୁ ଭଲ ପାଉଥିଲେ। ଅଗଷ୍ଟ 23ରେ ଯୁବକ ଜଣକ ନିଜ ଶାଳୀଙ୍କ ସହ ଫେରାର ହୋଇଗଲେ।

ପରଦିନ ଯୁବକଙ୍କ ଭଉଣୀ ମଧ୍ୟ ଶଳାଙ୍କ ସହ ଫେରାର ହୋଇଯିବା ଘଟଣା ସାମ୍ନାକୁ ଆସିଲା। ଯାହାକୁ ଦେଖିବା ପରେ ଯୁବକଙ୍କ ସ୍ତ୍ରୀ ତାଜୁବ ହୋଇଯାଇଥିଲେ। ସେ ପ୍ରଥମେ ପରିବାରକୁ ଜଣାଇଥିଲେ, କିନ୍ତୁ କୌଣସି ସମାଧାନ ନମିଳିବାରୁ ସେ ପୋଲିସ ଷ୍ଟେସନକୁ ଯାଇଥିଲେ। ପୋଲିସ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଯୁବକ ଏବଂ ତାଙ୍କ ଭାଇକୁ ଗିରଫ କରିଥିଲା ଏବଂ ଦୁଇ ମହିଳାଙ୍କୁ ଉଦ୍ଧାର କରିଥିଲା। କିନ୍ତୁ, ପୋଲିସ ଷ୍ଟେସନରେ ପହଞ୍ଚିବା ପରେ ପରିସ୍ଥିତି ଓଲଟି ଯାଇଥିଲା। ଉଭୟ ପକ୍ଷ ପରସ୍ପରର ମୁହାଁମୁହିଁ ହୋଇଥିଲେ। ପୋଲିସ ଇନ୍ସପେକ୍ଟର ଅରୁଣ କୁମାର ଶ୍ରୀବାସ୍ତବ କହିଛନ୍ତି ଯେ ଉଭୟ ପରିବାର ଏହି ମାମଲାର ସମାଧାନ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାବରେ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri