ସେକ୍‌ ଜିଲାଲିଙ୍କୁ ପଳାତକ ଘୋଷଣା, ଗିରଫ ପରଓ୍ବାନା ଜାରି

ଚିତ୍ରକୋଣ୍ଡା,୧୩ା୧୨(ଡି.ଏନ.ଏ.): ବାରମ୍ବାର କୋର୍ଟ ନୋଟିସ୍‌କୁ ଅବମାନନା କରି ନିର୍ଦ୍ଧାରିତ ତାରିଖରେ କୋର୍ଟରେ ହାଜର ହେଉ ନ ଥିବାରୁ ମାଲକାନଗିରି ଜିଲା ଦୌରା ତଥା ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଚିତ୍ରକୋଣ୍ଡା ଏସ୍‌ଡିପିଓ ଆର୍ସେଲ କିସପୋଟାଙ୍କ ନେତୃତ୍ୱରେ ସେକ୍‌ ଜିଲାଲି (୨୪)ଙ୍କୁ ପଳାତକ ଘୋଷଣା କରାଯାଇଛି। ତାଙ୍କୁ ଗିରଫ କରିବା ଲାଗି ଗିରଫ ପରଓ୍ବାନା ମଧ୍ୟ ଜାରି କରାଯାଇଛି।

ସୂଚନାନୁଯାୟୀ, ଜିଲାଲ ଗଞ୍ଜେଇ ଚୋରାଚାଲାଣରେ ସମ୍ପୃକ୍ତ ଥିଲେ। ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ମାତ୍ର କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସେ ପରବର୍ତ୍ତୀ ସମୟରେ କୋର୍ଟରେ ହାଜର ହେଉ ନ ଥିଲେ। ଫଳରେ ଏନେଇ ଥାନା ଅଧିକାରୀ ଅନିଲ ପରିଡ଼ାଙ୍କ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଚିତ୍ରକୋଣ୍ଡା ସମିତିସଭ୍ୟ ରାଜକମଲ ପୁରୋହିତ ଏବଂ ମାର୍କେଟ ଲାଇନର ଗ୍ରାମବାସୀଙ୍କ ଉପସ୍ଥିତିରେ ଜିଲାଲିଙ୍କ ଘର କାନ୍ଥରେ ପଳାତକ ନୋଟିସ ମରାଯାଇ ଡାକବାଜି ଯନ୍ତ୍ର ମାଧ୍ୟମରେ ତାଙ୍କୁ ପଳାତକ ଘୋଷଣା କରାଯାଇଥିଲା। ତାଙ୍କୁ ଗିରଫ ପାଇଁ ଗିରଫ ପରୱାନାାର ଜାରି କରାଯାଇଛି l ମଙ୍ଗଳବାରଠାରୁ ଧାର୍ଯ୍ୟ ତାରିଖ ମଧ୍ୟରେ କୋର୍ଟରେ ଜଲାଲି ହାଜର ନ ହେଲେ ତାଙ୍କର ଥିବା ସମସ୍ତ ସମ୍ପତ୍ତିକୁ ଆଇନ ଅନୁଯାୟୀ ବାଜ୍ୟାପ୍ତ କରାଯିବ ବୋଲି କୋର୍ଟ ପ୍ରକାଶ କରିଛନ୍ତି। ଜିଲାଲିଙ୍କ ନାମରେ ଏନ୍‌ଡିପିଏସ୍‌ କେସ ନମ୍ବର ୧୧୮/୨୦୨୦ରେ ଏକ ମାମଲା ରହିଛି। ସେବେଠାରୁ ସେ ଫେରାର ରହି କୋର୍ଟ ନିର୍ଦ୍ଦେଶକୁ ଅବମାନନା କରି ଆସୁଥିଲେ। କେବଳ ଜିଲାଲି ନୁହନ୍ତି ଏନ୍‌ଡିପିଏସ୍‌ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଚିତ୍ରକୋଣ୍ଡା ଥାନା ଅଞ୍ଚଳର ଅଭିଯୁକ୍ତମାନଙ୍କୁ ପଳାତକ ଘୋଷଣା କରାଯାଇ ଗିରଫ ପରୱାନା ଜାରି କରାଯିବ ବୋଲି ଥାନା ଅଧିକାରୀ ପରିଡ଼ା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?