ଜିମ୍‌ନିର ଅଫ୍‌ ରୋଡ୍‌ ଡ୍ରାଇଭିଂ ଅନୁଭୂତି

ଭୁବନେଶ୍ୱର,୪।୯: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ର ଅଗ୍ରଣୀ ମଡେଲ ଜିମ୍‌ନି ପକ୍ଷରୁ ଏକ ଅଫ୍‌ ରୋଡିଂ ଏକ୍ସପେରିଏନ୍ସ କ୍ୟାମ୍ପେନର ଶୁଭାରମ୍ଭ କରାଯାଇଛି। ବିଶେଷକରି ସାରା ଦେଶରେ ଜିମ୍‌ନି ଗ୍ରାହକଙ୍କୁ କମ୍ପାନୀର ଡିଲରମାନଙ୍କ ଜରିଆରେ ଏକତ୍ରିତ କରାଇବା ସହିତ ଏକ ଦୁଃସାହସିକ ଅଫ୍‌ ରୋଡ୍‌ ଡ୍ରାଇଭିଂ ଅନୁଭୂତି ଗାଡ଼ି ଚାଳକଙ୍କୁ ବିଶେଷଜ୍ଞଙ୍କ ମାଧ୍ୟମରେ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଏମ୍‌ଏସ୍‌ଆଇଏଲ୍‌ର ସ୍ବୀକୃତିପ୍ରାପ୍ତ ଡିଲର ନେକ୍ସା ଗଜପତି ନଗର (ତୁସି ମୋଟର୍ସ) ପକ୍ଷରୁ ରବିବାର ଏକ ସ୍ବତନ୍ତ୍ର ‘ଅଫ୍‌ ରୋଡିଂ ଏକ୍ସପେରିଏନ୍ସ ଉଇଥ୍‌ ନ୍ୟୁ ଜିମ୍‌ନି ’ କାର୍ଯ୍ୟକ୍ରମର ଆୟୋଜନ ଚନ୍ଦକାଠାରେ କରାଯାଇଥିଲା।

ବିଶେଷକରି ଉକ୍ତ କାର୍ଯ୍ୟକ୍ରମରେ ମହିଳା ଜିମ୍‌ନି ଚାଳକ ସ୍ବତନ୍ତ୍ର ଭାବେ ଅଂଶଗ୍ରହଣ କରିଥିଲେ। ଏ ସମ୍ପର୍କରେ ନେକ୍ସା ଗଜପତି ନଗର (ତୁସି ମୋଟର୍ସ)ର ପରିଚାଳନା ନିର୍ଦ୍ଦେଶିକା ପ୍ରୀତି ପଲ୍ଲଭି. ପଟ୍ଟନାୟକ କହିଛନ୍ତି, ଗ୍ରାହକଙ୍କ ସନ୍ତୁଷ୍ଟି ପ୍ରତି ପ୍ରତିବଦ୍ଧତା ଏବଂ ଏକ ନିଆରା ତଥା ରୋମାଞ୍ଚକର ସୁଯୋଗ ପ୍ରଦାନ କରିବାକୁ ଏଭଳି ଏକ ସାହସିକ ପଦକ୍ଷେପ ନିଆଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମ ଜରିଆରେ ଅଂଶଗ୍ରହଣକାରୀମାନଙ୍କୁ ଏକ ଉତ୍ସାହଜନକ ଅଭିଜ୍ଞତା ସହିତ ଜିମ୍‌ନିର ଅପୂର୍ବ କ୍ଷମତା ପ୍ରଦର୍ଶନ, କଠିନତା, ଶକ୍ତି ଏବଂ ଚ୍ୟାଲେଞ୍ଜ ବିଭିନ୍ନ ପୃଷ୍ଠଭୂମିରେ ପ୍ରଦର୍ଶିତ ହୋଇଥିଲା। ବିଶେଷକରି ଆମ ସମ୍ପ୍ରଦାୟର ଦୁଃସାହସିକ ମହିଳାଙ୍କ ପାଇଁ ଏଭଳି ଏକ ସ୍ମରଣୀୟ ଅନୁଭୂତି ସୃଷ୍ଟି କରିବାକୁ ଆମେ ଚାହୁଁଥିଲୁ ଏବଂ ଜିମ୍‌ନି ଏହା କରିବା ପାଇଁ ଆମକୁ ପ୍ରେରଣା ଦେଇଥିଲା ବୋଲି ପ୍ରୀତି ପଲ୍ଲଭି ପଟ୍ଟନାୟକ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri