ଜିମ୍‌ନିର ଦୁଇଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେଣ ନିର୍ମିତ ନ୍ୟୁ ଜିମ୍‌ନିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ ନେଟ୍‌ୱର୍କ ନେକ୍ସା ଜରିଆରେ ନ୍ୟୁ ଜିମ୍‌ନି ଦେଶବ୍ୟାପୀ ବିକ୍ରି କରାଯିବ। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ନେକ୍ସା ରାଜଭବନ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଅବସରରେ ନ୍ୟୁ ଜିମ୍‌ନିର ଅନାବରଣ କରାଯାଇଥିଲା। ଏହି ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଡିଜିଏମ୍‌ ସଞ୍ଜୟ କୁମାର ଝା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାରୁତି ସୁଜୁକି ନେକ୍ସାର ଟେରିଟୋରି ସେଲ୍‌ସ ମ୍ୟାନେଜର ଅନୁଭବ ବେହେରା, ନାରାୟଣୀ ମୋଟର୍ସର ଏମ୍‌ଡି ପୁରୁଷୋତ୍ତମ ବୁଦ୍ଧରାଜ, ନାରାୟଣୀ ମୋଟର୍ସର ନିର୍ଦ୍ଦେଶକ ଦିଭିଜ ବୁଦ୍ଧରାଜ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନେକ୍ସା ରାଜଭବନର ଜିଏମ୍‌ ବି.ଡି.ପଣ୍ଡାଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ ନେକ୍ସା ରାଜଭବନଠାରେ ଏକ ୨ ଦିନିଆ ମାରୁତି ସୁଜୁକି ଜିମ୍‌ନିର ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି। ବିଶେଷକରି ଜିମ୍‌ନିକୁ କମ୍ପାନୀ ତା’ର ପ୍ରଥମ ଅଫ୍‌-ରୋଡ୍‌ ଗାଡ଼ି ଭାବେ ଡିଜାଇନ ହୋଇଥିବା ବେଳେ ଏଥିରେ ୧୦୫ ଏଚ୍‌ପି, ୧.୫ ଲିଟର କେ୧୫ବି ପେଟ୍ରୋଲ ଇଞ୍ଜିନ୍‌ ଅନ୍ତଭୁର୍କ୍ତ ରହିଛି। ଉଲ୍ଲେଖଯୋଗ୍ୟ, ନ୍ୟୁ ଜିମ୍‌ନି ୨ଟି ଭାରିଆଣ୍ଟ ଜେଟା ଓ ଆଲ୍‌ଫା ସହ ୭ଟି ଆକର୍ଷଣୀୟ ରଙ୍ଗରେ ଉପଲବ୍ଧ। ଏଥିରେ ଅନେକ ବୈଶିଷ୍ଟ୍ୟ ସହ ଆକର୍ଷଣୀୟ ଫିଚର ଅନ୍ତଭୁର୍କ୍ତ ରହିଛି। ସୂଚନାଯୋଗ୍ୟ, ଏପ୍ରିଲ ୧୧ ଓ ୧୨ରେ ଭୁବନେଶ୍ୱର ନେକ୍ସା ରାଜଭବନଠାରେ ଜିମ୍‌ନିକୁ ସ୍ବତନ୍ତ୍ର ଭାବେ ପ୍ରଦର୍ଶିତ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri