ଜିମ୍‌ନିର ଦୁଇଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେଣ ନିର୍ମିତ ନ୍ୟୁ ଜିମ୍‌ନିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ ନେଟ୍‌ୱର୍କ ନେକ୍ସା ଜରିଆରେ ନ୍ୟୁ ଜିମ୍‌ନି ଦେଶବ୍ୟାପୀ ବିକ୍ରି କରାଯିବ। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ନେକ୍ସା ରାଜଭବନ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଅବସରରେ ନ୍ୟୁ ଜିମ୍‌ନିର ଅନାବରଣ କରାଯାଇଥିଲା। ଏହି ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଡିଜିଏମ୍‌ ସଞ୍ଜୟ କୁମାର ଝା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାରୁତି ସୁଜୁକି ନେକ୍ସାର ଟେରିଟୋରି ସେଲ୍‌ସ ମ୍ୟାନେଜର ଅନୁଭବ ବେହେରା, ନାରାୟଣୀ ମୋଟର୍ସର ଏମ୍‌ଡି ପୁରୁଷୋତ୍ତମ ବୁଦ୍ଧରାଜ, ନାରାୟଣୀ ମୋଟର୍ସର ନିର୍ଦ୍ଦେଶକ ଦିଭିଜ ବୁଦ୍ଧରାଜ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନେକ୍ସା ରାଜଭବନର ଜିଏମ୍‌ ବି.ଡି.ପଣ୍ଡାଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ ନେକ୍ସା ରାଜଭବନଠାରେ ଏକ ୨ ଦିନିଆ ମାରୁତି ସୁଜୁକି ଜିମ୍‌ନିର ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି। ବିଶେଷକରି ଜିମ୍‌ନିକୁ କମ୍ପାନୀ ତା’ର ପ୍ରଥମ ଅଫ୍‌-ରୋଡ୍‌ ଗାଡ଼ି ଭାବେ ଡିଜାଇନ ହୋଇଥିବା ବେଳେ ଏଥିରେ ୧୦୫ ଏଚ୍‌ପି, ୧.୫ ଲିଟର କେ୧୫ବି ପେଟ୍ରୋଲ ଇଞ୍ଜିନ୍‌ ଅନ୍ତଭୁର୍କ୍ତ ରହିଛି। ଉଲ୍ଲେଖଯୋଗ୍ୟ, ନ୍ୟୁ ଜିମ୍‌ନି ୨ଟି ଭାରିଆଣ୍ଟ ଜେଟା ଓ ଆଲ୍‌ଫା ସହ ୭ଟି ଆକର୍ଷଣୀୟ ରଙ୍ଗରେ ଉପଲବ୍ଧ। ଏଥିରେ ଅନେକ ବୈଶିଷ୍ଟ୍ୟ ସହ ଆକର୍ଷଣୀୟ ଫିଚର ଅନ୍ତଭୁର୍କ୍ତ ରହିଛି। ସୂଚନାଯୋଗ୍ୟ, ଏପ୍ରିଲ ୧୧ ଓ ୧୨ରେ ଭୁବନେଶ୍ୱର ନେକ୍ସା ରାଜଭବନଠାରେ ଜିମ୍‌ନିକୁ ସ୍ବତନ୍ତ୍ର ଭାବେ ପ୍ରଦର୍ଶିତ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri