ପ୍ରଚାରରେ ଷ୍ଟାର ପ୍ରଚାରକ ଜିନା, ଶୁଭାଶିଷ

ଗଞ୍ଜାମ,୨୧।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗଞ୍ଜାମ ସହାରାଞ୍ଚଳରେ ଶକ୍ତି ପ୍ରଦର୍ଶନ କରାଯାଇଛି। ଷ୍ଟାର ପ୍ରଚାରକ ତଥା ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଜିନା ଓ ସିରିଏଲ ଅଭିନେତା ଶୁଭାଶିଷ ଶର୍ମା ପ୍ରମୁଖଙ୍କୁ ନେଇ ବିଜେଡି ଏନ୍‌ଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଏକ ବିଶାଳ ବାଇକ ରାଲି ସହର ସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ବାହାରି ସହରାଞ୍ଚଳର ବିଭିନ୍ନ ୱାର୍ଡ ପରିକ୍ରମା କରିଥିଲା। ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜେଡି ପ୍ରାର୍ଥିନୀ ଝୁଲି ପାତ୍ର ଏବଂ ସମସ୍ତ ବିଜେଡି କାଉନସିଲରଙ୍କୁ ଭୋଟ ଦେବାକୁ ଅନୁରୋଧ କରାଯାଇଥିଲା। ଏହି ଶୋଭାଯାତ୍ରାରେ ମୁଖ୍ୟ ମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାଶ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ନଗର ବିଜେଡି ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ୧୫ନଂ.ଜିଲା ପରିଷଦ ସଦସ୍ୟ ସନାତନ ବେହେରା, ନିରଞ୍ଜନ ପରିଡା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଊର୍ମିଳା ପଲାଇ, ପୂର୍ବତନ ଉପାଧ୍ୟକ୍ଷ ନୀଳାଞ୍ଚଳ ବାରିକି, ନଗର ସଭାପତି ପି.ରାଜୁ ରେଡ୍ଡୀ, ପୂର୍ବତନ କାଉନସିଲର ନିରଞ୍ଜନ ରାଉଳଙ୍କ ସମେତ ସମସ୍ତ ୱାର୍ଡର ଯୁବ ବିଜେଡି କର୍ମୀ ଉକ୍ତ ଶୋଭାଯାତ୍ରାରେ ସାମିଲ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri