ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ବନ ବିଭାଗ କହିଛି। ପ୍ରାଣୀ ବିଶେଷଜ୍ଞ ଡାକ୍ତର ବାଘୁଣୀର ସ୍ବାସ୍ଥ୍ୟ ପ୍ରତି ସଜାଗ ରହିଥିବା ବେଳେ ସ୍ବତନ୍ତ୍ର ତାଲିମପ୍ରାପ୍ତ କର୍ମଚାରୀମାନେ ୨୪ ଘଣ୍ଟିିଆ ଅନୁଧ୍ୟାନ ଜାରି ରଖିଛନ୍ତି। ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ସୁଶାନ୍ତ ନନ୍ଦ ଏବଂ ଡାକ୍ତରୀଦଳ ସହିତ ଆଲୋଚନା ପରେ ୨/୩ ଦିନ ମଧ୍ୟରେ ଜିନତ୍‌କୁ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଡିଭିଜନରେ ଛଡ଼ାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡା. ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଛନ୍ତି।
ମହରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଯମୁନା ଓ ଜିନତ୍‌କୁ ମୟୂରଭଞ୍ଜ ଶିମିଳିପାଳକୁ ଅଣାଯାଇଛି। ପ୍ରଥମ ପର୍ଯ୍ୟାୟରେ ଯମୁନାକୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଛଡାଯାଇଛି। ସେ ନିଜର ଟେରିଟୋରିଆଲ ପ୍ରସ୍ତୁତ କରିବା ପାଇଁ ବିସ୍ତୀର୍ଣ୍ଣ ଜଙ୍ଗଲରେ ବ୍ୟସ୍ତ ରହିଛି। ବେଳେ ବେଳେ ବାଟବଣା ହୋଇ କୋର ଅଞ୍ଚଳ ସୀମାବର୍ତ୍ତୀ ଅଞ୍ଚଳକୁ ଆସି ପୁନର୍ବାର ଘଞ୍ଚ ଜଙ୍ଗଲ ମଧ୍ୟକୁ ଯିବାଆସିବା କରୁଛି। ଯମୁନା ଦେହରେ ଲାଗିଥିବା ରେଡିଓ କଲରକୁ ଦୃଷ୍ଟିରେ ରଖି ବନ ବିଭାଗର କର୍ମଚାରୀମାନେ ଦେଢ଼ କି.ମି. ବ୍ୟବଧାନରେ ରହି ତା’ର ଗତିବିଧି ଉପରେ ନଜର ରଖିଛନ୍ତି। ସେହିପରି ଅନ୍ୟ ଏକ ବାଘୁଣୀ ଜିନତ୍‌ ଗତ ୧୪ତାରିଖରେ ଶିମିଳିପାଳରେ ପହଞ୍ଚତ୍ବା ପରେ ତାକୁ ସ୍ବତନ୍ତ୍ର ଏନକ୍ଲୋଜରରେ ରଖାଯାଇଛି। ୨ ଦିନ ପୂର୍ବେ ସେ ଏକ ବାର୍‌ହାକୁ ଖାଇବା ପରେ ସୋମବାର ରାତିରେ ପୁଣି ଏକ ବାର୍‌ହାୁ ଶିକାର କରି ଖାଇଥିବା ଆରସିସିଏଫ୍‌ ଗୋଗିନେନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri