ଏନକ୍ଲୋଜରରୁ ମୁକୁଳିଲା ‘ଜିନତ୍‌’

ବାରିପଦା,୨୬।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ଏନକ୍ଲୋଜରରୁ ମୁକୁଳିଛି। ରବିବାର ରାତିରେ ତାକୁ ଶିମିଳିପାଳର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ଜଙ୍ଗଲରୁ ଆସି ୧୦ ଦିନ ହେବ ଏନକ୍ଲୋଜରରେ ରହିବା ପରେ ଏବେ ସେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଡିଭିଜନରେ ଘୂରିବୁଲୁଛି। ‘ଜିନତ୍‌’ର ଚଳପ୍ରଚଳକୁ ନେଇ ତିନୋଟି ଟିମ୍‌ ପକ୍ଷରୁ ୨୪ ଘଣ୍ଟିଆ ଅନୁଧ୍ୟାନ ଜାରି ରହିଛି। ପୂର୍ବରୁ ଆସିଥିବା ବାଘୁଣୀ ଯମୁନା ଓ ଜିନତ୍‌ ଏବେ ଶିମିଳିପାଳ ଅଭୟାରଣ୍ୟରେ ନିର୍ଦ୍ୱନ୍ଦ୍ୱରେ ବିଚରଣ କରୁଥିବା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ତଥା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଡା.ପ୍ରକାଶ ଚାନ୍ଦ ଗୋଗିନେନୀ ଜଣାଇଛନ୍ତି।
ଶିମିଳିପାଳରେ ମହାବଳ ବାଘ ବଂଶ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ୨ଟି ମହାବଳ ବାଘୁଣୀଙ୍କୁୁ ଅଣାଯାଇଛି। ପ୍ରଥମେ ଯମୁନାକୁ ଛାଡ଼ିବା ପରେ ଜିନତ୍‌କୁ ରବିବାର ରାତିରେ ଛଡ଼ାଯାଇଛି। ଏନକ୍ଲୋଜରରେ ଜିନତ୍‌ ରହିବାର ୧୦ଦିନ ମଧ୍ୟରେ ତା’ର ଖାଦ୍ୟପେୟ ଓ ଗତିବିଧିକୁ ଡାକ୍ତରୀ ଦଳ ଅନୁଧ୍ୟାନ କରିଥିଲା। ଶିକାର କରି ଖାଇବା, ପାଣି ପିଇବା ଓ ଗାଧୋଇବା ଭଳି ଆଚରଣ ଦେଖି ତା’ର ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ତାଲିମପ୍ରାପ୍ତ କର୍ମଚାରୀ ଓ ଡାକ୍ତରୀ ଦଳ ରିପୋର୍ଟ ପ୍ରଦାନ କରିଥିଲେ। ପରେ ଜିନତ୍‌କୁ ଛାଡ଼ିବା ପାଇଁ ବନ ବିଭାଗ ପକ୍ଷରୁ ତାରିଖ ଧାର୍ଯ୍ୟ ହେବା ସହ ରବିବାର ଏନକ୍ଲୋଜର ଗେଟ୍‌ ଖୋଲାଯାଇଥିଲା। ରାତି ୯ଟା ୩୦ ବେଳେ ଜିନତ୍‌ ଏନକ୍ଲୋଜରରୁ ବାହାରି ଜଙ୍ଗଲ ମଧ୍ୟକୁ ଯାଇଥିଲା। ଜିନତ୍‌ ଦେହରେ ଲାଗିଥିବା ରେଡିଓ କଲାରକୁ ନେଇ ତା’ର ଗତିବିଧି ଉପରେ ତାଲିମପ୍ରାପ୍ତ କର୍ମଚାରୀ ଓ ଅଧିକାରୀମାନେ ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri