ଜିନତ୍‌ ଗଲା ଘଞ୍ଚ ଜଙ୍ଗଲ

ମୟୂରଭଞ୍ଜ,୨୫।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏନ୍‌କ୍ଲୋଜରୁ ବାହାରିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’। ‘ଜିନତ୍‌’କୁ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଥିବା ଶିମିଳିପାଳ ଆରସିସିଏଫ୍‌ ସୂଚନା ଦେଇଛନ୍ତି। ରାତି ୯ଟା ୩୦ରେ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନତ୍‌।

ନିକଟରେ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଥିଲା। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ବନ ବିଭାଗ କହିଥିଲା। ପ୍ରାଣୀ ବିଶେଷଜ୍ଞ ଡାକ୍ତର ବାଘୁଣୀର ସ୍ବାସ୍ଥ୍ୟ ପ୍ରତି ସଜାଗ ରହିଥିବା ବେଳେ ସ୍ବତନ୍ତ୍ର ତାଲିମପ୍ରାପ୍ତ କର୍ମଚାରୀମାନେ ୨୪ ଘଣ୍ଟିଆ ଅନୁଧ୍ୟାନ ଜାରି ରଖିଥିଲେ। ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ସୁଶାନ୍ତ ନନ୍ଦ ଏବଂ ଡାକ୍ତରୀଦଳ ସହିତ ଆଲୋଚନା ପରେ ୨/୩ ଦିନ ମଧ୍ୟରେ ଜିନତ୍‌କୁ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଡିଭିଜନରେ ଛଡ଼ାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡା. ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri