ଭୁବନେଶ୍ୱର, ୯।୧୨ (ଅଭୟ ଦାଶ): ପ୍ରଥମ ଥର ପାଇଁ ଜାତିସଂଘର କନ୍ଫେଡେରେଶନ ଅଫ୍ ପାର୍ଟିଜ୍ ବା କପ୍-୨୮ରେ ଭାରତର ସର୍ବବୃହତ୍ ଷ୍ଟେନ୍ଲେସ୍ ଷ୍ଟିଲ୍ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ ଅଂଶ ଗ୍ରହଣ କରିଛି। ଏପରିକି ପ୍ରଥମ ଥର ପାଇଁ ମିଳିତ ଜାତିସଂଘର କପ୍-୨୮ ଜଳବାୟୁ ସମ୍ମିଳନୀରେ କମ୍ପାନୀ ଭାଗନେଇ ଉଭୟ ପରିବେଶ ସୁରକ୍ଷା ଓ ଡିକାର୍ବୋନାଇଜେଶନ ପ୍ରୟାସ ଉପରେ ବିସ୍ତୃତ ଆଲୋକପାତ କରାଯାଇଥିଲା। ଏପରିକି ୫୦% କାର୍ବନ ନିର୍ଗମନ ହ୍ରାସର ମଧ୍ୟ-ମିଆଦୀ ଲକ୍ଷ୍ୟକୁ କମ୍ପାନୀ ୨୦୩୫ ର ଯଥେଷ୍ଟ ପୂର୍ବରୁ ହାସଲ କରିବାକୁ ସ୍ଥିର କରିଛି ବୋଲି ଜିନ୍ଦଲ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ଅପରପକ୍ଷରେ ଇସ୍ପାତ ମନ୍ତ୍ରଣାଳୟ ଦ୍ୱାରା ନିମନ୍ତ୍ରିତ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ ଦୁବାଇର ଇଣ୍ଡିଆ ପାଭିଲିଅନଠାରେ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ ପାଶର୍ବ କାର୍ଯ୍ୟକ୍ରମରେ କମ୍ପାନୀର ଡିକାର୍ବୋନାଇଜେଶନ ପଦକ୍ଷେପଗୁଡ଼ିକ ପ୍ରଦର୍ଶନ କରିଥିଲା।
ବିଶେଷକରି ଶକ୍ତି, ଶିଳ୍ପ, ଟ୍ରାନ୍ସମିସନ୍, ଆଦିମ ଜନଜାତିର ବିଷୟବସ୍ତୁ ଦିବସ ସହିତ ସମକକ୍ଷ ଏହି ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମର ୬ଷ୍ଠ ଦିବସରେ ‘କାର୍ବନମୁକ୍ତ ଭବିଷ୍ୟତ: ଭାରତୀୟ ଇସ୍ପାତ କ୍ଷେତ୍ରର ରୂପାନ୍ତରଣ’ ଶୀର୍ଷକ କାର୍ଯ୍ୟକ୍ରମ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟକୁ ନୋଡାଲ ମନ୍ତ୍ରଣାଳୟ ଭାବେ ନିଯୁକ୍ତ କରାଯାଇଥିଲା।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍ଲେସ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କପ୍-୨୮ କାର୍ଯ୍ୟକ୍ରମ ପାଇଁ ଭାରତ ସରକାରଙ୍କ ଦ୍ୱାରା ଆମନ୍ତ୍ରିତ ହୋଇଥିବାରୁ ଆମେ ନିଜକୁ ଭାଗ୍ୟବାନ୍ ମନେକରୁଛୁ। ଆମର ଡିକାର୍ବୋନାଇଜେଶନ ପ୍ରୟାସକୁ ନେଇ ଆମେ ଗର୍ବିତ ଏବଂ ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ଭାଗନେଇ ନିଜର ପ୍ରତିବଦ୍ଧତାକୁ ନିଶ୍ଚିତ କରୁଛୁ। ପ୍ରତିବର୍ଷ ୧୫ଲକ୍ଷ ଟନ୍ କାର୍ବନ ନିର୍ଗମନ ହ୍ରାସ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବିଭିନ୍ନ ସ୍ଥିରତା ପ୍ରକଳ୍ପରେ ଆମେ ୭୦୦କୋଟି ଟଙ୍କା ବିନିଯୋଗ କରୁଛୁ।
ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍
ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍ ସିଭିଲ ଏଭିଏସନ (DGCA) ବୁଧବାର...
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…
ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...
ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ
କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...
ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ
ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...
୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ
ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...
ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ
ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...
Archives


