ଭୁବନେଶ୍ୱର, ୯।୧୨ (ଅଭୟ ଦାଶ): ପ୍ରଥମ ଥର ପାଇଁ ଜାତିସଂଘର କନ୍ଫେଡେରେଶନ ଅଫ୍ ପାର୍ଟିଜ୍ ବା କପ୍-୨୮ରେ ଭାରତର ସର୍ବବୃହତ୍ ଷ୍ଟେନ୍ଲେସ୍ ଷ୍ଟିଲ୍ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ ଅଂଶ ଗ୍ରହଣ କରିଛି। ଏପରିକି ପ୍ରଥମ ଥର ପାଇଁ ମିଳିତ ଜାତିସଂଘର କପ୍-୨୮ ଜଳବାୟୁ ସମ୍ମିଳନୀରେ କମ୍ପାନୀ ଭାଗନେଇ ଉଭୟ ପରିବେଶ ସୁରକ୍ଷା ଓ ଡିକାର୍ବୋନାଇଜେଶନ ପ୍ରୟାସ ଉପରେ ବିସ୍ତୃତ ଆଲୋକପାତ କରାଯାଇଥିଲା। ଏପରିକି ୫୦% କାର୍ବନ ନିର୍ଗମନ ହ୍ରାସର ମଧ୍ୟ-ମିଆଦୀ ଲକ୍ଷ୍ୟକୁ କମ୍ପାନୀ ୨୦୩୫ ର ଯଥେଷ୍ଟ ପୂର୍ବରୁ ହାସଲ କରିବାକୁ ସ୍ଥିର କରିଛି ବୋଲି ଜିନ୍ଦଲ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ଅପରପକ୍ଷରେ ଇସ୍ପାତ ମନ୍ତ୍ରଣାଳୟ ଦ୍ୱାରା ନିମନ୍ତ୍ରିତ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ ଦୁବାଇର ଇଣ୍ଡିଆ ପାଭିଲିଅନଠାରେ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ ପାଶର୍ବ କାର୍ଯ୍ୟକ୍ରମରେ କମ୍ପାନୀର ଡିକାର୍ବୋନାଇଜେଶନ ପଦକ୍ଷେପଗୁଡ଼ିକ ପ୍ରଦର୍ଶନ କରିଥିଲା।
ବିଶେଷକରି ଶକ୍ତି, ଶିଳ୍ପ, ଟ୍ରାନ୍ସମିସନ୍, ଆଦିମ ଜନଜାତିର ବିଷୟବସ୍ତୁ ଦିବସ ସହିତ ସମକକ୍ଷ ଏହି ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମର ୬ଷ୍ଠ ଦିବସରେ ‘କାର୍ବନମୁକ୍ତ ଭବିଷ୍ୟତ: ଭାରତୀୟ ଇସ୍ପାତ କ୍ଷେତ୍ରର ରୂପାନ୍ତରଣ’ ଶୀର୍ଷକ କାର୍ଯ୍ୟକ୍ରମ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟକୁ ନୋଡାଲ ମନ୍ତ୍ରଣାଳୟ ଭାବେ ନିଯୁକ୍ତ କରାଯାଇଥିଲା।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍ଲେସ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କପ୍-୨୮ କାର୍ଯ୍ୟକ୍ରମ ପାଇଁ ଭାରତ ସରକାରଙ୍କ ଦ୍ୱାରା ଆମନ୍ତ୍ରିତ ହୋଇଥିବାରୁ ଆମେ ନିଜକୁ ଭାଗ୍ୟବାନ୍ ମନେକରୁଛୁ। ଆମର ଡିକାର୍ବୋନାଇଜେଶନ ପ୍ରୟାସକୁ ନେଇ ଆମେ ଗର୍ବିତ ଏବଂ ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ଭାଗନେଇ ନିଜର ପ୍ରତିବଦ୍ଧତାକୁ ନିଶ୍ଚିତ କରୁଛୁ। ପ୍ରତିବର୍ଷ ୧୫ଲକ୍ଷ ଟନ୍ କାର୍ବନ ନିର୍ଗମନ ହ୍ରାସ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବିଭିନ୍ନ ସ୍ଥିରତା ପ୍ରକଳ୍ପରେ ଆମେ ୭୦୦କୋଟି ଟଙ୍କା ବିନିଯୋଗ କରୁଛୁ।
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

