ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍‌ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍‌ ଅନର’ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ବିଶ୍ୱସ୍ତରୀୟ ପୁରସ୍କାର ବୃତ୍ତିଗତ ସ୍ବାସ୍ଥ୍ୟ ଏବଂ ସୁରକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ମାନଦଣ୍ଡକୁ ବଜାୟ ରଖିବା ପାଇଁ କମ୍ପାନୀର ଅତୁଟ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏପରିକି ବୃତ୍ତିଗତ ସ୍ବାସ୍ଥ୍ୟ ଏବଂ ସୁରକ୍ଷା ପରିଚାଳନାରେ ଉତ୍କର୍ଷ ପ୍ରଦର୍ଶନ କରିଥିବା ସଂସ୍ଥାଗୁଡ଼ିକୁ ସୋର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥାଏ। ୨୦୨୪ରେ ଏହି ମାନ୍ୟତା ପାଇବାରେ ବିଶ୍ୱର ମାତ୍ର ୭୧ଟି ଅନୁଷ୍ଠାନ ମଧ୍ୟରୁ ଜିନ୍ଦଲ ଷ୍ଟେନଲେସ୍‌ ଅନ୍ୟତମ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହା କମ୍ପାନୀର ସୁଦୃଢ଼ ସୁରକ୍ଷା ସଂସ୍କୃତି ଏବଂ ପରିଚାଳନାଗତ ଉତ୍କର୍ଷକୁ ସୂଚାଉଛି।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଥିଲେ, ଏହି ସମ୍ମାନ ଜିନ୍ଦଲ ଷ୍ଟେନ୍‌ଲେସରେ ସୁରକ୍ଷା ଏବଂ ପରିଚାଳନାଗତ ଉକତ୍ର୍ଷ ଉପରେ ଆମର ନିରନ୍ତର ଧ୍ୟାନକୁ ପ୍ରତିଫଳିତ କରୁଛି। ଏପରିକି ଆମେ ଆମର କର୍ମଚାରୀ, ସହଯୋଗୀ ଏବଂ ଅଂଶୀଦାରମାନଙ୍କ ପାଇଁ ଏକ ସୁରକ୍ଷିତ କାର୍ଯ୍ୟ ପରିବେଶକୁ ପ୍ରୋତ୍ସାହିତ କରିବା ଦିଗରେ ପ୍ରତିଶ୍ରୁତିବଦ୍ଧ ରହିଛୁ। ଆମେ ନିରନ୍ତର ଅଭିବୃଦ୍ଧି ଦିଗରେ ଆଗକୁ ବଢୁଥିବାବେଳେ ଏହି ସ୍ବୀକୃତି ବିଶ୍ୱସ୍ତରୀୟ ସୁରକ୍ଷା ମାନଦଣ୍ଡକୁ ବଜାୟ ରଖିବା ପାଇଁ ଆମର ସଂକଳ୍ପକୁ ଆହୁରି ଦୃଢ଼ କରିଛି। ସେହିଭଳି ଜିନ୍ଦଲ ଷ୍ଟେନ୍‌ଲେସ ହିସାର ୟୁନିଟର ବରିଷ୍ଠ ଉପାଧ୍ୟକ୍ଷ ତଥା ୟୁନିଟ୍‌ ହେଡ ବିଜୟ ବିନ୍ଦଲିଶ କହିଛନ୍ତି, ଜିନ୍ଦଲ ଷ୍ଟେନଲେସରେ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ହୋଇଥିଲାବେଳେ ଶୂନ୍ୟ ଦୁର୍ଘଟଣା ହାସଲ କରିବା ପାଇଁ ଆମର ପ୍ରତିବଦ୍ଧତା, ସର୍ବୋଚ୍ଚ ନିରାପତ୍ତା ମାନଦଣ୍ଡ ବଜାୟ ରଖିବା ଦିଗରେ ଆମର ସମର୍ପିତ ମନୋଭାବକୁ ପ୍ରତିଫଳିତ କରିଛି। ଉଲ୍ଲେଖଯୋଗ୍ୟ, ସୋର୍ଡ ଅଫ୍‌ ଅନର ପାଇବା ପାଇଁ ୨୦୨୩ ଅଗଷ୍ଟ ୧ରୁ ୨୦୨୪ ଜୁଲାଇ ୩୧ ମଧ୍ୟରେ ଅନୁଷ୍ଠିତ ବ୍ରିଟିଶ ସେଫ୍ଟି କାଉନସିଲର ସ୍ବାସ୍ଥ୍ୟ ଓ ସୁରକ୍ଷା ପରିଚାଳନା ଅଡିଟ୍‌ ଯୋଜନାରେ ସଂସ୍ଥାଗୁଡିକ ୫ତାରକା ରେଟିଂ ହାସଲ କରିବା ଆବଶ୍ୟକ ରହିଛି। ଏପରିକି କମ୍ପାନୀର ହିସାର ୟୁନିଟ୍‌ କେବଳ ଆବଶ୍ୟକ ମାନଦଣ୍ଡ ପୂରଣ କରିନାହିଁ ବରଂ କମ୍ପାନୀର ପ୍ରତ୍ୟେକ ସ୍ତରରେ ଉକତ୍ୃଷ୍ଟ ସୁରକ୍ଷା ଅଭ୍ୟାସ ପ୍ରଦର୍ଶନ କରି ଏହି ମାନ୍ୟତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?