ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ବାରିପଦା,୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ଜିନ୍ନତ ଝାଡ଼ଖଣ୍ଡରେ ପହଞ୍ଚିଛି। ରବିବାରଠାରୁ ଶିମିଳିପାଳ ପାର ହୋଇ ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡ଼ିଶା ସୀମା ପାର କରି ଝାଡ଼ଖଣ୍ଡ ଜଙ୍ଗଲରେ ପ୍ରବେଶ କରିଛି। ତେବେ ଅନୁଧ୍ୟାନକାରୀ ଟିମ୍‌ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ ଆଣିବା ପାଇଁ ତା’ ପଛେ ପଛେ ରହିଛନ୍ତି। ଝାଡ଼ଖଣ୍ଡ ବନ ବିଭାଗ ସହିତ ଏ ସମ୍ପର୍କରେ ଆଲୋଚନା କରାଯାଇଛି। ଖୁବ୍‌ଶୀଘ୍ର ଜିନତକୁ ଫେରାଇ ଅଣାଯିବ।

ସୂଚନା ଥାଉ କି, ବାଘୁଣୀ ଜିନ୍ନତ (ଟି୧୬୩ ଏସ୧ଏଫ) ବୟସ ୩। ମହାବଳ ବାଘର ବଂଶ ବୃଦ୍ଧି ଲକ୍ଷ୍ୟରେ ମହାରାଷ୍ଟ୍ରରୁ ଗତ ନଭେମ୍ବର ୧୪ ତାରିଖରେ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ବେଳେ ନଭେମ୍ବର ୧୫ ସକାଳେ ଚହଲା ନିକଟସ୍ଥ ଏକ ସଫ୍ଟ ଏନ୍‌କ୍ଲୋଜରରେ ଜିନ୍ନତକୁ ଛଡ଼ାଯାଇଥିଲା। ସଫ୍ଟ ଏନକ୍ଲୋଜର ମଧ୍ୟରେ ବାଘୁଣୀ ୩ଟି ବାର୍‌ହା ଶିକାର କରିବା ପରେ ସୁସ୍ଥ ଥିବାରୁ ନଭେମ୍ବର ୨୪ ରବିବାର ରାତିରେ ଜଙ୍ଗଲରେ ଛଡ଼ାଯାଇଥିଲା। ଟ୍ରାପ୍‌ ଚିପ୍‌ ଲଗାଇ ଶିମିଳିପାଳ ଅଭୟାରଣ୍ୟ କୋର୍‌ ଜଙ୍ଗଲରେ ବାଘୁଣୀ ଜିନତ ବିଚରଣ କରୁଥିବା ବେଳେ ଗତିବିଧି ଓ ସାସ୍ଥ୍ୟାବସ୍ଥା ୨୪ଘଣ୍ଟିଆ ବନ ବିଭାଗ ଟିମ୍‌ ଅନୁଧ୍ୟାନ କରୁଛନ୍ତି। ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଟିମ୍‌ ମଧ୍ୟ‘ଜିନ୍ନତ’ ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri