ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌ କରାଯାଇ ତାକୁ ଶିମିଳିପାଳ ଅଭୟାରଣ୍ୟ ଫେରାଇ ଅଣାଯିବା ନେଇ ଏକ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଅପରେଶନ ଆରମ୍ଭ ହୋଇଥିବା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ଆର୍‌ସିସିଏଫ୍‌) ତଥା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ କହିଛନ୍ତି।
ସୂଚନା ଅନୁଯାୟୀ, ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ନଭେମ୍ବର ୧୪ରେ ଶିମିଳିପାଳ ଆସିଥିବା ଜିନ୍ନତ ଗତ ୮ ତାରିଖରେ ଝାଡ଼ଖଣ୍ଡ ପଳାଇଥିଲା। ୨ ଦିନ ତଳେ ସେ ଝାଡ଼ଖଣ୍ଡ ଜଙ୍ଗଲ ଛାଡ଼ି ପଶ୍ଚିମବଙ୍ଗରେ ପ୍ରବେଶ କରିଥିଲା। ପଶ୍ଚିମବଙ୍ଗର ପଶ୍ଚିମ ମେଦିନାପୁର ଜିଲା ଝାଡ଼ଗ୍ରାମସ୍ଥିତ କଙ୍କଡ଼ାଝୋଳ ଜଙ୍ଗଲ ପାର୍‌ ହୋଇ ଏବେ ସେ ପୁରୁଲିଆ ଜିଲା ଅଧୀନ ବୁଦୱାନରେ ଚଳପ୍ରଚଳ କରୁଛି। ଶିମିଳିପାଳଠାରୁ ପ୍ରାୟ ୧୦୦ କି.ମି. ଦୂରରେ ରହିଥିବା ଜିନ୍ନତ ପାଇଁ ସେଠାରେ ହାଇଆଲର୍ଟ ଜାରି କରାଯାଇଛି। ଦିନକୁ ସେ ପାଖାପାଖି ୨୫ରୁ ୩୦ କି.ମି. ଚାଲୁଥିବାରୁ ତାକୁ ଟ୍ରାଙ୍କୁଲାଇଜ୍‌ କରି ଫେରାଇ ଆଣିବାକୁ ଯୋଜନା ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ୩୦ରୁ ଅଧିକ କର୍ମଚାରୀ ଓ ପଶ୍ଚିମବଙ୍ଗ ବନ ବିଭାଗ ଅଧିକାରୀମାନେ ଜିନ୍ନତର ଗତିବିଧି ଉପରେ ଲକ୍ଷ୍ୟ ରଖିଛନ୍ତି। ଓଡିଶା ରାଜ୍ୟ ଜଙ୍ଗଲ ବିଭାଗର ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକଙ୍କ ନିଷ୍ପତ୍ତିକ୍ରମେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍‌ କରି ଫେରାଇ ଆଣିବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଛି, ଯାହାକୁ ନେଇ ଉଭୟ ରାଜ୍ୟ ବନ ବିଭାଗର କର୍ମଚାରୀମାନେ ବାଘୁଣୀକୁ ଟ୍ରାଙ୍କୁଲାଇଜ୍‌ କରିବା ପାଇଁ ଲାଗିପଡ଼ିଛନ୍ତି। ଜିନ୍ନତ ବୁଲୁଥିବା ଅଞ୍ଚଳର ଲୋକେ ଓ ସୁନ୍ଦରବନର ଅଭିଜ୍ଞ ବାଘଧରାଳି ମଧ୍ୟ ପହଞ୍ଚତ୍ ଧରିବାକୁ ଜାଲ ବିଛାଇଥିବା ସୂଚନା ମିଳିଛି। ସେ ଭୋର୍‌ ସମୟରେ ଗତି କରୁଥିବାବେଳେ ମଧ୍ୟାହ୍ନରେ ବିଶ୍ରାମ କରୁଛି। ଶନିବାର ସକାଳେ ଝାଡ଼ଗ୍ରାମରେ ରହିଥିବାବେଳେ ରବିବାର ପୁରୁଲିଆର ବୁଦୱାନରେ ପହଞ୍ଚତ୍ଛି। ପର୍ଯ୍ୟଟନ ଋତୁରେ ବାଘ ଆତଙ୍କ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜଙ୍ଗଲ ଅଞ୍ଚଳର ସମସ୍ତ ପିକ୍‌ନିକ୍‌ ସ୍ପଟ୍‌ ବନ୍ଦ ରଖାଯାଇଛି। ପରିସ୍ଥିତିକୁ ନଜରରେ ରଖି ବନ ବିଭାଗର ସ୍ବତନ୍ତ୍ର ଟିମ୍‌ ଜିନ୍ନତର ଗତିବିଧି ଉପରେ ନଜର ରଖିଛି। ସୁଯୋଗ ପାଇବା ମାତ୍ର ତାକୁ ଟ୍ରାଙ୍କୁଲାଇଜ୍‌ କରି ପୁଣି ଶିମିଳିପାଳ ଫେରାଇ ଅଣାଯିବ ବୋଲି ବିଭାଗ ସୂଚନା ଦେଇଛି। ଅନ୍ୟତମ ବାଘୁଣୀ ଯମୁନା ଶିମିଳିପାଳ ସୀମା ଅଞ୍ଚଳରେ ରହିଥିବା ନେଇ ଆର୍‌ସିସିଏଫ୍‌ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri