ଅଗଷ୍ଟରେ ଜିଓର ୩୨.୮୧ ଲକ୍ଷ ନୂଆ ଗ୍ରାହକ

ମୁମ୍ବାଇ,୨୦।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ୨୦୨୨ ଅଗଷ୍ଟରେ ସର୍ବାଧିକ ଗ୍ରାହକ ଯୋଡ଼ିଥିବା ଜଣାପଡ଼ିଛି। ଏପରିକି ଭାରତୀୟ ଟେଲିକମ୍‌ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରୁ ଏଭଳି କିଛି ଉଲ୍ଲେଖ କରାଯାଇଛି। ସେହିଭଳି ଟ୍ରାଇର ଉକ୍ତ ରିପୋର୍ଟ ଅନୁଯାୟୀ ଜିଓ ୨୦୨୨ ଅଗଷ୍ଟରେ ୩୨.୮୧ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ୍‌ ୩.୨୬ ଲକ୍ଷ ଗ୍ରାହକ ଯୋଡ଼ିଛି। ସେହିପରି ଭୋଡାଫୋନ୍‌-ଆଇଡିଆ ୧୯.୫୮ ଲକ୍ଷ ଏବଂ ବିଏସ୍‌ଏନ୍‌ଏଲ୍‌ ୫.୬୭ ଲକ୍ଷ ଗ୍ରାହକଙ୍କୁ ଅଗଷ୍ଟ ମାସରେ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡ଼ିଛି।

ତେବେ ଅଗଷ୍ଟ ମାସରେ ବିଏସ୍‌ଏନ୍‌ଏଲ୍‌କୁ ପଛରେ ପକାଇ ରିଲାଏନ୍ସ ଜିଓ ଦେଶର ସର୍ବବୃହତ୍‌ ଫିକ୍ସଡ୍‌ଲାଇନ୍‌ ସେବା ପ୍ରଦାନକାରୀରେ ପରିଣତ ହୋଇଛି। ଟ୍ରାଇର ଅଗଷ୍ଟ ମାସର ଗ୍ରାହକ ତଥ୍ୟ ଅନୁଯାୟୀ ଜିଓର ଓୟାରଲାଇନ୍‌ ଗ୍ରାହକ ସଂଖ୍ୟା ୭୩.୫୨ ଲକ୍ଷରେ ପହଞ୍ଚିଥିବା ବେଳେ ବିଏସ୍‌ଏନ୍‌ଏଲ୍‌ର ଓୟାରଲାଇନ ଗ୍ରାହକ ସଂଖ୍ୟା ୭୧.୩୨ ଲକ୍ଷ ରହିଛି। ଏହା ସହିତ ଉଭୟ ଓୟାରଲେସ୍‌ ଏବଂ ଓୟାରଲାଇନ୍‌ କ୍ଷେତ୍ରରେ ରିଲାଏନ୍ସ ଜିଓ ଦେଶରେ ୧ନମ୍ବର ସ୍ଥାନ ହାସଲ କରିଛି। ଏଠାରେ ଉଲ୍ଲେଖଯୋଗ୍ୟ, ବିଏସ୍‌ଏନ୍‌ଏଲ୍‌ ଦୀର୍ଘ ୨୨ବର୍ଷ ଧରି ଓୟାରଲାଇନ୍‌ ସେବା ପ୍ରଦାନ କରୁଥିବା ବେଳେ ୩ବର୍ଷ ପୂର୍ବେ ଜିଓ ଏହାର ଓୟାରଲାଇନ୍‌ ସେବା ଜିଓ ଫାଇବର ଆରମ୍ଭ କରିଥିଲା। ଟ୍ରାଇ ପ୍ରକାଶିତ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୨ ଅଗଷ୍ଟରେ ଜିଓ ଦେଶରେ ସର୍ବାଧିକ ୨.୬୨ ଲକ୍ଷ ନୂଆ ଓୟାରଲାଇନ୍‌ ଗ୍ରାହକ ଯୋଡ଼ିଛି। ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ଓଡ଼ିଶାରେ ଜିଓ ୨୦୨୨ ଅଗଷ୍ଟରେ ସର୍ବାଧିକ ୮୩,୧୪୮ ନୂଆ ଗ୍ରାହକଙ୍କୁ ଯୋଡ଼ି ଏହାର ୧ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?