ଅଗଷ୍ଟରେ ଜିଓର ୩୨.୮୧ ଲକ୍ଷ ନୂଆ ଗ୍ରାହକ

ମୁମ୍ବାଇ,୨୦।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ୨୦୨୨ ଅଗଷ୍ଟରେ ସର୍ବାଧିକ ଗ୍ରାହକ ଯୋଡ଼ିଥିବା ଜଣାପଡ଼ିଛି। ଏପରିକି ଭାରତୀୟ ଟେଲିକମ୍‌ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରୁ ଏଭଳି କିଛି ଉଲ୍ଲେଖ କରାଯାଇଛି। ସେହିଭଳି ଟ୍ରାଇର ଉକ୍ତ ରିପୋର୍ଟ ଅନୁଯାୟୀ ଜିଓ ୨୦୨୨ ଅଗଷ୍ଟରେ ୩୨.୮୧ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ୍‌ ୩.୨୬ ଲକ୍ଷ ଗ୍ରାହକ ଯୋଡ଼ିଛି। ସେହିପରି ଭୋଡାଫୋନ୍‌-ଆଇଡିଆ ୧୯.୫୮ ଲକ୍ଷ ଏବଂ ବିଏସ୍‌ଏନ୍‌ଏଲ୍‌ ୫.୬୭ ଲକ୍ଷ ଗ୍ରାହକଙ୍କୁ ଅଗଷ୍ଟ ମାସରେ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡ଼ିଛି।

ତେବେ ଅଗଷ୍ଟ ମାସରେ ବିଏସ୍‌ଏନ୍‌ଏଲ୍‌କୁ ପଛରେ ପକାଇ ରିଲାଏନ୍ସ ଜିଓ ଦେଶର ସର୍ବବୃହତ୍‌ ଫିକ୍ସଡ୍‌ଲାଇନ୍‌ ସେବା ପ୍ରଦାନକାରୀରେ ପରିଣତ ହୋଇଛି। ଟ୍ରାଇର ଅଗଷ୍ଟ ମାସର ଗ୍ରାହକ ତଥ୍ୟ ଅନୁଯାୟୀ ଜିଓର ଓୟାରଲାଇନ୍‌ ଗ୍ରାହକ ସଂଖ୍ୟା ୭୩.୫୨ ଲକ୍ଷରେ ପହଞ୍ଚିଥିବା ବେଳେ ବିଏସ୍‌ଏନ୍‌ଏଲ୍‌ର ଓୟାରଲାଇନ ଗ୍ରାହକ ସଂଖ୍ୟା ୭୧.୩୨ ଲକ୍ଷ ରହିଛି। ଏହା ସହିତ ଉଭୟ ଓୟାରଲେସ୍‌ ଏବଂ ଓୟାରଲାଇନ୍‌ କ୍ଷେତ୍ରରେ ରିଲାଏନ୍ସ ଜିଓ ଦେଶରେ ୧ନମ୍ବର ସ୍ଥାନ ହାସଲ କରିଛି। ଏଠାରେ ଉଲ୍ଲେଖଯୋଗ୍ୟ, ବିଏସ୍‌ଏନ୍‌ଏଲ୍‌ ଦୀର୍ଘ ୨୨ବର୍ଷ ଧରି ଓୟାରଲାଇନ୍‌ ସେବା ପ୍ରଦାନ କରୁଥିବା ବେଳେ ୩ବର୍ଷ ପୂର୍ବେ ଜିଓ ଏହାର ଓୟାରଲାଇନ୍‌ ସେବା ଜିଓ ଫାଇବର ଆରମ୍ଭ କରିଥିଲା। ଟ୍ରାଇ ପ୍ରକାଶିତ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୨ ଅଗଷ୍ଟରେ ଜିଓ ଦେଶରେ ସର୍ବାଧିକ ୨.୬୨ ଲକ୍ଷ ନୂଆ ଓୟାରଲାଇନ୍‌ ଗ୍ରାହକ ଯୋଡ଼ିଛି। ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ଓଡ଼ିଶାରେ ଜିଓ ୨୦୨୨ ଅଗଷ୍ଟରେ ସର୍ବାଧିକ ୮୩,୧୪୮ ନୂଆ ଗ୍ରାହକଙ୍କୁ ଯୋଡ଼ି ଏହାର ୧ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri