ଗଣେଶ ପୂଜାରେ ଜିଓ ଏୟାର ଫାଇବର

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ (ଆରଆଇଏଲ୍‌)ର ୪୬ ତମ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଅନେକ ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ବିଶେଷ କରି କମ୍ପାନୀ ଚଳିତ ବର୍ଷ ଗଣେଶ ପୂଜା (ସେପ୍ଟେମ୍ବର-୧୯)ରେ ଜିଓ ଏୟାର ଫାଇବରର ଆନୁଷ୍ଠାନିକ ଶୁଭାରମ୍ଭ ହେବ ବୋଲି ମୁକେଶ ମତପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହାଦ୍ବାରା ଗ୍ରାହକମାନେ ବିନା ଓ୍ବୟାରଲେସ୍‌ (ତାର)ରେ ହାଇସ୍ପିଡ୍‌ ବ୍ରଡବ୍ୟାଣ୍ଡ୍‌ ସର୍ଭିସ୍‌ ପାଇପାରିବେ। ଏପରିକି ଯେଉଁଠାରେ ଫାଇବର ଅପଟିକ ପହଞ୍ଚିନାହିଁ, ଗ୍ରାହକମାନେ ସେଠାରେ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ପାଇପାରିବେ। ସେହିଭଳି ୫ଜି ନେଟଓ୍ବର୍କ ଜରିଆରେ ଉକ୍ତ ସେବା ଦେଶବାସୀଙ୍କୁ ଯୋଗାଇଦିଆଯିବ ବୋଲି ଅମ୍ବାନୀ ମତବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ଜିଓ ପାଖରେ ୫ କୋଟିରୁ ଅଧିକ ଗ୍ରାହକ ଥିଲାବେଳେ ଆଗାମୀ ଏହି ସଂଖ୍ୟା ଆହୁରି ବଢିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଅପରପକ୍ଷରେ କମ୍ପାନୀ ଗତ ୧୦ବର୍ଷ ମଧ୍ୟରେ ମୋଟ ୧୫୦ ବିଲିୟନ ଡଲାର ନିବେଶ କରିଛି, ଏହି ସ୍ବଳ୍ପ ଅବଧି ମଧ୍ୟରେ କୌଣସି କମ୍ପାନୀ ଦ୍ୱାରା ଏହା ସର୍ବାଧିକ ପୁଞ୍ଜିନିବେଶ ବୋଲି ଅମ୍ବାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri