ଓଡ଼ିଶାରେ ଜିଓ ଏୟାରଫାଇବର

ଭୁବନେଶ୍ୱର,୨୨।୧୧: ବିଶ୍ୱର ସର୍ବବୃହତ୍‌ ଘରୋଇ ମୋବାଇଲ ଡାଟା ନେଟ୍‌ୱର୍କ ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ସର୍ବାଧୁନିକ ହୋମ୍‌ ଏଣ୍ଟରଟେଣ୍ଟମେଣ୍ଟ ସ୍ମାର୍ଟହୋମ୍‌ ସେବା ଏବଂ ହାଇ-ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସମନ୍ବିତ ଏଣ୍ଡ୍‌-ଟୁ-ଏଣ୍ଡ୍‌ ସମାଧାନ ଜିଓ ଏୟାରଫାଇବର ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଜିଓ ଏୟାରଫାଇବର ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂରକରିବ ଏବଂ ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ବିଭିନ୍ନ ଜଟିଳତା ତଥା ସେମାନଙ୍କ ପରିସରକୁ ଅପ୍ଟିକାଲ-ଫାଇବର ସମ୍ପ୍ରସାରଣରେ ବିଳମ୍ବ ଘଟିବା କାରଣରୁ ଉପଲବ୍ଧ ହେଉ ନ ଥିଲା ସେଭଳି ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ଏହା ସଂଯୋଗ କରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଜିଓ ଏୟାରଫାଇବର ଓଡ଼ିଶାର ଭୁବନେଶ୍ୱର ଏବଂ କଟକ ଭଳି ପ୍ରମୁଖ ସହରରେ ଆନୁଷ୍ଠାନିକ ଭାବେ ଲାଇଭ୍‌ ହେବା ସହିତ ଉଭୟ ସହରର ସମସ୍ତ ବାସଗୃହ ଏବଂ ବ୍ୟବସାୟ ସ୍ଥଳ ବର୍ତ୍ତମାନ ଗୋଟିଏ ସମନ୍ବିତ ସେବା ଜରିଆରେ ଉପଲବ୍ଧ। ସେହିଭଳି ଓଡ଼ିଶାରେ ଉକ୍ତ ସେବା ଆରମ୍ଭ ସହିତ ଜିଓ ଏୟାରଫାଇବର ସଂଯୋଗ ଉଭୟ ସହରର ଅନେକ ଗ୍ରାହକଙ୍କ ପରିସରରେ ସ୍ଥାପନ କରାଯାଇଥିବାବେଳେ ରାଜ୍ୟର ପ୍ରଥମ ଜିଓ ଏୟାରଫାଇବର ସଂଯୋଗ ଜିଓର ଓଡ଼ିଶା ବ୍ୟବସାୟ ମୁଖ୍ୟ ପ୍ରଦୀପ ରାଉତଙ୍କ ଠାରୁ ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ସିଏସ୍‌ଆଇଆର-ଆଇଏମ୍‌ଏମ୍‌ଟି ବୈଜ୍ଞାନିକ ଗ୍ରହଣ କରିଛନ୍ତି। ବିଶେଷକରି ଏହି ମାଇଲଖୁଣ୍ଟ ଓଡ଼ିଶାର ଡିଜିଟାଲ ଦୃଶ୍ୟପଟରେ ଉଲ୍ଲେଖନୀୟ ପରିବର୍ଦ୍ଧନର ଏକ ନିଦର୍ଶନ ହୋଇଛି, ଯାହାଦ୍ୱାରା ପ୍ରତ୍ୟେକଟି ଘର ଓ ବ୍ୟବସାୟକୁ ଜିଓର ଏୟାରଫାଇବର ପ୍ରଯୁକ୍ତି ସାଙ୍ଗକୁ ଶ୍ରେଷ୍ଠ ସ୍ତରର ଫାଇବର ଏବଂ ମୋବିଲିଟି ସେବାର ଅନନ୍ୟ ଅନୁଭୂତି ହାସଲ କରିବାରେ ସମର୍ଥ କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri