ଜିଓ ଏୟାରଫାଇବରର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୨।୨ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ତଥା ଜିଓ ଏୟାରଫାଇବରର ଓଡ଼ିଶା ୟୁନିଟ୍‌ ନିକଟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଗୃହ ମନୋରଞ୍ଜନ, ସ୍ମାର୍ଟ ହୋମ୍‌ ସେବା ଓ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡର ସମନ୍ବିତ ଏଣ୍ଡ-ଟୁ-ଏଣ୍ଡ ସମାଧାନ ଜିଓ ଏୟାରଫାଇବର ବର୍ତ୍ତମାନ ଓଡ଼ିଶାର ୨୫୦ ରୁ ଅଧିକ ସହର ଏବଂ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଉପଲବ୍ଧ। ଏପରିକି ୨୦୨୩ ନଭେମ୍ବରରେ ଆରମ୍ଭ ହୋଇଥିବା ଏହି ସେବା ରାଜ୍ୟର ଓୟାରଲାଇନ ବ୍ରଡ୍‌ବ୍ୟାଣ୍ଡ ସଂଯୋଗ କ୍ଷେତ୍ରରେ ରହିଥିବା ସଂଯୋଗଜନିତ ଆହ୍ବାନକୁ ଅତିକ୍ରମ କରିପାରିଛି ଏବଂ ସାରା ଦେଶର ବ୍ୟବହାକାରୀଙ୍କୁ ଉନ୍ନତ ଡିଜିଟାଲ ଅନୁଭବ ପ୍ରଦାନ କରୁଛି। ବର୍ତ୍ତମାନ ସାରା ଭାରତରେ ଜିଓର ଅପ୍ଟିକାଲ ଫାଇବର ଭିିତ୍ତିଭୂମି ୧.୫ନିୟୁତ କି.ମି.ରୁ ଅଧିକ ବ୍ୟାପ୍ତ ରହିଛି, ତଥାପି ଦେଶର ଅନେକ ସ୍ଥାନରେ ପ୍ରତ୍ୟକ୍ଷ ସଂଯୋଗ ପ୍ରଦାନ କରିବା ଲାଗି ବହୁ ସମୟ ଲାଗୁଛି।
ସେହିଭଳି ଘର କିମ୍ବା ପରିସର ପର୍ଯ୍ୟନ୍ତ ଅପ୍ଟିକାଲ ଫାଇବର ପହଞ୍ଚାଇବାରେ ରହିଥିବା ଜଟିଳତା ଓ ବିଳମ୍ବ ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ସମ୍ଭାବ୍ୟ ଗ୍ରାହକ ହୋମ ବ୍ରଡ୍‌ବ୍ୟାଣ୍ଡରୁ ବଞ୍ଚତ୍ତ ରହିଛନ୍ତି। ଏହିଭଳି ପରିସରଗୁଡ଼ିକୁ ସଂଯୋଗ ପ୍ରଦାନ କରିବା କାର୍ଯ୍ୟ ଜିଓ ପକ୍ଷରୁ ତ୍ୱରାନ୍ବିତ କରାଯାଇଛି। ଏପରିକି ରାଜ୍ୟର ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂରକରିବା ସହ ଜିଓ ଏୟାରଫାଇବର ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ବ୍ରଡ୍‌ବ୍ୟାଣ୍ଡ ସୁବିଧା ସହିତ ସଂଯୁକ୍ତ କରୁଛି, ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ସେମାନଙ୍କ ପରିସରକୁ ଅପ୍ଟିିକାଲ-ଫାଇବର ସମ୍ପ୍ରସାରଣରେ ରହିଥିବା ବିଭିନ୍ନ ଜଟିଳତା କାରଣରୁ ଉପଲବ୍ଧ ହୋଇପାରୁ ନ ଥିଲା। ବିଶେଷକରି ଘରୁ କାର୍ଯ୍ୟ କରୁଥିବା ଆଇଟି ପ୍ରଫେସନାଲଙ୍କଠାରୁ ଆରମ୍ଭକରି ଛୋଟ ବଡ ଉଦ୍ୟୋଗ, ହୋଟେଲ ଓ ରେସ୍ତୋରାଁ, ଡିଜିଟାଲ ଷ୍ଟୁଡିଓ, ଶିକ୍ଷାନୁଷ୍ଠାନ, କ୍ଷୁଦ୍ର ବ୍ୟବସାୟ ଓ ବ୍ୟକ୍ତିଗତ ପରିବାର ପର୍ଯ୍ୟନ୍ତ ଜିଓ ଏୟାରଫାଇବର ଓଡ଼ିଶାର ୨୫୦ରୁ ଅଧିକ ଛୋଟ ବଡ଼ ସହରରେ ବର୍ତ୍ତମାନ ଏହା ସର୍ବାଧିକ ପସନ୍ଦ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri