ଓଡ଼ିଶାରେ ଜିଓ ଫାଇବର ସମ୍ପ୍ରସାରିତ ଜାରି

ଭୁବନେଶ୍ୱର,୮।୮: ଦେଶର ପ୍ରମୁଖ ବ୍ରଡବ୍ୟାଣ୍ଡ୍‌ ସେବା ପ୍ରଦାନକାରୀ କମ୍ପାନୀ ଜିଓ ତା’ର ଫାଇବର ସଂଯୋଗ ଓଡ଼ିଶାର ୩୫ରୁ ଅଧିକ ସହର ଓ ନଗରରେ ଉପଲବ୍ଧ କରାଇଛି। ଏପରିକି ନବରଙ୍ଗପୁର, ଫୁଲବାଣୀ, ଜଳେଶ୍ୱର, ଛତ୍ରପୁର, ଘସିପୁରା ଏବଂ ବଡବିଲ ସହରର ପ୍ରମୁଖ ଅଞ୍ଚଳରେ ଜିଓଫାଇବର ବ୍ରଡବ୍ୟାଣ୍ଡ୍‌ ସେବା ଆରମ୍ଭ ହେବା ସହ ଜିଓଫାଇବର ସମ୍ପ୍ରତି ଓଡ଼ିଶାର ଭୁବନେଶ୍ୱର, କଟକ, ପୁରୀ, ଜଟଣୀ, ଅନଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, ତାଳଚେର, ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର, ରାଜଗାଙ୍ଗପୁର, ଢେଙ୍କାନାଳ, ସେମିଳିଗୁଡା, ବରଗଡ, ନବରଙ୍ଗପୁର, ଫୁଲବାଣୀ, ଜଳେଶ୍ୱର, ଛତ୍ରପୁର, ଘସିପୁରା, ବଡବିଲ ସମେତ ୩୫ରୁ ଅଧିକ ସହରରେ ଉପଲବ୍ଧ ହେଉଛି ଏବଂ ରାଜ୍ୟର ଅନ୍ୟାନ୍ୟ ସହର ଓ ନଗରକୁ ଏହାର ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି।
ପୂର୍ବରୁ ଜିଓଫାଇବର ଉପଲବ୍ଧ ଥିବା ସହର ଓ ନଗରଗୁଡିକରେ ମଧ୍ୟ ଜିଓ ନିଜର ଏହି ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍‌ ସେବା ସେବାକୁ ଅଧିକ ପରିବ୍ୟାପ୍ତ କରୁଛି ଏବଂ ଏହା ନୂଆ ଅଂଚଳ ତଥା ସହର ଉପକଣ୍ଠ ଅଂଚଳଗୁଡିକୁ ସେବା ପରିବ୍ୟାପ୍ତ କରିବା ସହ ବ୍ୟକ୍ତିଗତ ଗୃହ ଠାରୁ ନେଇ କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରରେ ଥିବା ପେସାଦାରଙ୍କ ସମେତ ହଜାର ହଜାର ସଂଖ୍ୟକ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରୁଛି ଏବଂ ସେମାନଙ୍କୁ ଅସୀମିତ ମନୋରଞ୍ଜନ, ଖବର, ସ୍ବାସ୍ଥ୍ୟ ଓ ଶିକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମ ଆଦିର ସମୃଦ୍ଧ ଅନୁଭୂତି ଯୋଗାଇ ଦେଉଛି। ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଦୂରସଂଚାର ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୨ ମେ ୩୧ ସୁଦ୍ଧା ଓଡ଼ିଶାରେ ଜିଓଫାଇବର୍‌ ଗ୍ରାହକଙ୍କ ସଂଖ୍ୟା ୧,୪୧,୩୪୬ ରହିଛି ଏବଂ ଏହା ପ୍ରତି ମାସରେ ଦ୍ରୁତ ଅଭିବୃଦ୍ଧି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri