ଓଡ଼ିଶାରେ ଜିଓ ଫାଇବର ସମ୍ପ୍ରସାରିତ ଜାରି

ଭୁବନେଶ୍ୱର,୮।୮: ଦେଶର ପ୍ରମୁଖ ବ୍ରଡବ୍ୟାଣ୍ଡ୍‌ ସେବା ପ୍ରଦାନକାରୀ କମ୍ପାନୀ ଜିଓ ତା’ର ଫାଇବର ସଂଯୋଗ ଓଡ଼ିଶାର ୩୫ରୁ ଅଧିକ ସହର ଓ ନଗରରେ ଉପଲବ୍ଧ କରାଇଛି। ଏପରିକି ନବରଙ୍ଗପୁର, ଫୁଲବାଣୀ, ଜଳେଶ୍ୱର, ଛତ୍ରପୁର, ଘସିପୁରା ଏବଂ ବଡବିଲ ସହରର ପ୍ରମୁଖ ଅଞ୍ଚଳରେ ଜିଓଫାଇବର ବ୍ରଡବ୍ୟାଣ୍ଡ୍‌ ସେବା ଆରମ୍ଭ ହେବା ସହ ଜିଓଫାଇବର ସମ୍ପ୍ରତି ଓଡ଼ିଶାର ଭୁବନେଶ୍ୱର, କଟକ, ପୁରୀ, ଜଟଣୀ, ଅନଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, ତାଳଚେର, ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର, ରାଜଗାଙ୍ଗପୁର, ଢେଙ୍କାନାଳ, ସେମିଳିଗୁଡା, ବରଗଡ, ନବରଙ୍ଗପୁର, ଫୁଲବାଣୀ, ଜଳେଶ୍ୱର, ଛତ୍ରପୁର, ଘସିପୁରା, ବଡବିଲ ସମେତ ୩୫ରୁ ଅଧିକ ସହରରେ ଉପଲବ୍ଧ ହେଉଛି ଏବଂ ରାଜ୍ୟର ଅନ୍ୟାନ୍ୟ ସହର ଓ ନଗରକୁ ଏହାର ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି।
ପୂର୍ବରୁ ଜିଓଫାଇବର ଉପଲବ୍ଧ ଥିବା ସହର ଓ ନଗରଗୁଡିକରେ ମଧ୍ୟ ଜିଓ ନିଜର ଏହି ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍‌ ସେବା ସେବାକୁ ଅଧିକ ପରିବ୍ୟାପ୍ତ କରୁଛି ଏବଂ ଏହା ନୂଆ ଅଂଚଳ ତଥା ସହର ଉପକଣ୍ଠ ଅଂଚଳଗୁଡିକୁ ସେବା ପରିବ୍ୟାପ୍ତ କରିବା ସହ ବ୍ୟକ୍ତିଗତ ଗୃହ ଠାରୁ ନେଇ କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରରେ ଥିବା ପେସାଦାରଙ୍କ ସମେତ ହଜାର ହଜାର ସଂଖ୍ୟକ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରୁଛି ଏବଂ ସେମାନଙ୍କୁ ଅସୀମିତ ମନୋରଞ୍ଜନ, ଖବର, ସ୍ବାସ୍ଥ୍ୟ ଓ ଶିକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମ ଆଦିର ସମୃଦ୍ଧ ଅନୁଭୂତି ଯୋଗାଇ ଦେଉଛି। ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଦୂରସଂଚାର ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୨ ମେ ୩୧ ସୁଦ୍ଧା ଓଡ଼ିଶାରେ ଜିଓଫାଇବର୍‌ ଗ୍ରାହକଙ୍କ ସଂଖ୍ୟା ୧,୪୧,୩୪୬ ରହିଛି ଏବଂ ଏହା ପ୍ରତି ମାସରେ ଦ୍ରୁତ ଅଭିବୃଦ୍ଧି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri