ଓଡ଼ିଶାରେ ଜିଓ ଫାଇବର ୧ ନମ୍ବର

ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ପ୍ରଦାନକାରୀ ସଂସ୍ଥା ଜିଓ ଫାଇବର ଓଡ଼ିଶାରେ କ୍ରମାଗତ ଭାବେ ୧ ନମ୍ବର ସ୍ଥାନରେ ରହିଛି। ଏପରିକି ରାଜ୍ୟର ୨ ଲକ୍ଷରୁ ଅଧିକ ଘରକୁ ହାଇସ୍ପିଡ୍‌ ଓୟାରଲାଇନ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ଯୋଗାଉଛି ବୋଲି ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଓୟାରଲାଇନ ଉପଭୋକ୍ତା ତଥ୍ୟ ଅନୁଯାୟୀ ୨୦୨୩ ଫେବୃୟାରୀ ୨୮ ସୁଦ୍ଧା ୨.୦୨ ଲକ୍ଷ ଜିଓ ଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ଗ୍ରାହକଙ୍କ ସହ ରାଜ୍ୟର ଏକ ନମ୍ବର ହାଇ ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ପ୍ରଦାନକାରୀ ଭାବେ ଜିଓ ତା’ର ସ୍ଥିତିକୁ ଆହୁରି ମଜଭୁତ କରିଛି। ସେହିଭଳି ରିଲାଏନ୍ସ ଜିଓ ଏକମାତ୍ର ଟେଲିକମ୍‌ ସେବା ପ୍ରଦାନକାରୀ ଭାବେ ୨୦୨୩ ଫେବୃୟାରୀରେ ଓୟାରଲାଇନ ଗ୍ରାହକ ଯୋଡ଼ିଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି। ଏପରିକି ୨୦୨୩ ଫେବୃୟାରୀ ଶେଷ ସୁଦ୍ଧା ଓଡ଼ିଶାରେ ମୋଟ ଓୟାରଲାଇନ ଗ୍ରାହକ ସଂଖ୍ୟା ୩.୮୮ ଲକ୍ଷକୁ ବୃଦ୍ଧି ପାଇଛି। ସେହିପରି ଜାତୀୟ ସ୍ତରରେ ମଧ୍ୟ ଜିଓ ୨୦୨୩ ଫେବୃୟାରୀରେ ୧.୮୮ ଲକ୍ଷରୁ ଅଧିକ ନୂଆ ଓୟାରଲାଇନ ଗ୍ରାହକ ଯୋଡ଼ି ଦେଶର ୧ ନମ୍ବର ଓୟାରଲାଇନ ସେବା ପ୍ରଦାନକାରୀ ଭାବେ ନିଜ ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଜିଓ ଫାଇବର ବର୍ତ୍ତମାନ ରାଜ୍ୟର ୩୯ରୁ ଅଧିକ ସହର ଓ ନଗରରେ ଉପଲବ୍ଧ। ଏପରିକି ରାଜ୍ୟର ଅନ୍ୟ ପ୍ରମୁଖ ସହର ଓ ନଗରକୁ ଜିଓ ଫାଇବାରର ସେବା ଦ୍ରୁତଗତିରେ ସମ୍ପ୍ରସାରଣ ହେଉଛି। ଜିଓ ଫାଇବର ସେବାର ଦ୍ରୁତଗତିରେ ସମ୍ପ୍ରସାରଣ ହଜାର ହଜାର ଗ୍ରାହକଙ୍କ ଆବଶ୍ୟକତା ପୂରଣ କରୁଛି, ଯେଉଁଥିରେ ବ୍ୟକ୍ତିଗତ ଘରଠାରୁ ଆରମ୍ଭକରି କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରର ପ୍ରଫେସନାଲମାନେ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri