ଓଡ଼ିଶାରେ ଜିଓର ସର୍ବାଧକ ଗ୍ରାହକ

ଭୁବନେଶ୍ୱର,୧୯ ।୬: ସବୁଠୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଏକ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରି ରିଲାଏନ୍ସ ଜିଓ ୨୦୨୨ ଏପ୍ରିଲରେ ପ୍ରାୟ ୭୧ ହଜାର ନୂଆ ମୋବାଇଲ ଗ୍ରାହକ ଯୋଡ଼ିଥିବା ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି। ସେହିଭଳି ଓଡ଼ିଶାରେ ଜିଓର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୧.୩୪ କୋଟିକୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କମ୍ପାନୀ ମୋଟ ଉପରେ ୪୧.୩% ଗ୍ରାହକ ବଜାର ଅଂଶ ହାସଲ କରିଛି। ଅପରପକ୍ଷରେ ସକ୍ରିୟ ମୋବାଇଲ ଗ୍ରାହକ ସଂଖ୍ୟାରେ ଜିଓ ଉଲ୍ଲେଖନୀୟ ବୃଦ୍ଧି ହାସଲ କରିବା ସହ ୨୦୨୨ ଏପ୍ରିଲ ସୁଦ୍ଧା ୯୯.୯୧% ରେ ପହଞ୍ଚତ୍ଛି। ରାଜ୍ୟର ମୋଟ ସକ୍ରିୟ ମୋବାଇଲ ଗ୍ରାହକଙ୍କ ମଧ୍ୟରୁ ଜିଓ ପ୍ରାୟ ୪୫% ବଜାର ଅଂଶ ହାସଲ କରିଛି। ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁସାରେ ଏପ୍ରିଲରେ ରାଜ୍ୟରେ ନୂଆ ମୋବାଇଲ ଗ୍ରାହକ ସଂଖ୍ୟାରେ ୪୩ ହଜାର ବୃଦ୍ଧି ସହ ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୩.୨୫ କୋଟିରେ ପହଞ୍ଚିଛି। ଜିଓ ସର୍ବାଧିକ ୭୧ହଜାର ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ବିଏସ୍‌ଏନ୍‌ଏଲ୍‌ ୧୭ ହଜାର ନୂଆ ଗ୍ରାହକ ଯୋଡ଼ିଛି। ସେହିପରି ଜାତୀୟ ସ୍ତରରେ ମଧ୍ୟ ଜିଓ ଏପ୍ରିଲ ମାସରେ ସର୍ବାଧିକ ସଂଖ୍ୟକ ୧୬.୮୨ ଲକ୍ଷରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଛି ଯାହା ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ତୁଳନାରେ ୨ ଗୁଣାରୁ ଅଧିକ। ଏପରିକି ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ଓୟାରଲାଇନ୍‌ ଗ୍ରାହକ ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଏପ୍ରିଲ ମାସରେ ଜିଓ ସର୍ବାଧିକ ୮୧୦୦ ନୂଆ ଜିଓଫାଇବର ହାଇ-ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକ ଯୋଡ଼ିବା ସହ ରାଜ୍ୟରେ ଜିଓଫାଇବର ଗ୍ରାହକ ସଂଖ୍ୟା ୧.୩୫ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ କ୍ଷେତ୍ରରେ କମ୍ପାନୀ ଏହାର ସ୍ଥିତିକୁ ଆହୁରି ସୁଦୃଢ଼ କରିପାରିଛି। ଦେଶର ସବୁଠୁ ଲୋକପ୍ରିୟ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ଜିଓ ଫାଇବରକୁ ଦ୍ରୁତଗତିରେ ଓଡ଼ିଶାର ବିଭିନ୍ନ ପ୍ରମୁଖ ସହର ଓ ନଗରରେ ସମ୍ପ୍ରସାରଣ କରାଯାଉଥିବାରୁ ଏହା ସମ୍ଭବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri