ଜୁଲାଇରେ ଜିଓର ସର୍ବାଧିକ ନୂତନ ଗ୍ରାହକ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ଜୁଲାଇରେ ରିଲାଏନ୍ସ ଜିଓ ଓଡ଼ିଶାର ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ରାଜ୍ୟରେ ସବୁଠାରୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଭାବେ ଉଭାହୋଇଛି। ଏପରିକି ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୩ ଜୁଲାଇରେ ପ୍ରାୟ ୧.୪୨ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଛି। ଏହା ସହ ୨୦୨୩ ଜୁଲାଇ ୩୧ସୁଦ୍ଧା ଜିଓ ସର୍ବାଧିକ ୧.୪୩ କୋଟି ମୋବାଇଲ ଗ୍ରାହକ ଏବଂ ୨.୩୮ ଲକ୍ଷ ଜିଓ ଫାଇବର ହୋମ୍‌ ବ୍ରଡ୍‌ବ୍ୟାଣ୍ଡ ଉପଭୋକ୍ତାଙ୍କ ସହ ଉଭୟ ଓୟାରଲେସ୍‌ ଏବଂ ଓୟାରଲାଇନ୍‌ ବର୍ଗରେ ସାମିଲ କରାଇବା ସହିତ ରାଜ୍ୟରେ ଏକ ନମ୍ବର ସ୍ଥାନକୁ ସୁଦୃଢ଼ କରିଛି। ବିଶେଷକରି ୨୦୨୩ ଜୁଲାଇରେ ଓଡ଼ିଶାର ମୋଟ ମୋବାଇଲ ଉପଭୋକ୍ତାଙ୍କ ସଂଖ୍ୟା ୧.୫ଲକ୍ଷ ବୃଦ୍ଧି ପାଇଛି। ଅପରପକ୍ଷରେ ଟ୍ରାଇ ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତାଙ୍କ ତଥ୍ୟ ଅନୁଯାୟୀ, ଜିଓ ସାରା ଦେଶରେ ୩୯ ଲକ୍ଷରୁ ଅଧିକ ନୂଆ ଗ୍ରାହକଙ୍କୁ ଜୁଲାଇରେ ଯୋଡ଼ିଥିବା ବେଳେ ୨୦୨୩ ଜୁଲାଇ ୩୧ ସୁଦ୍ଧା ଜିଓର ମୋଟ ଗ୍ରାହକ ୪୪.୨ କୋଟିରୁ ଅଧିକ ମୋବାଇଲ ଗ୍ରାହକ ରହିଛନ୍ତି। ସେହିଭଳି ରିଲାଏନ୍ସ ଜିଓ ମଧ୍ୟ ଜୁଲାଇରେ ୧.୯୭ଲକ୍ଷରୁ ଅଧିକ ଜିଓଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକ ଯୋଡ଼ିଛି। ଫଳରେ ଦେଶରେ ଜିଓ ଫାଇବର ଗ୍ରାହକଙ୍କ ସଂଖ୍ୟା ୧କୋଟିରୁ ଅଧିକ ହୋଇଛି। ସୂଚନାଯୋଗ୍ୟ, ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ହୋଇଥିବା ବେଳେ ଟେଲିକମ୍‌ ଶିଳ୍ପରେ ମଧ୍ୟ ସର୍ବାଧିକ ଗ୍ରାହକ ଓ ରାଜସ୍ବ ବଜାର ଅଂଶ ହାସଲ କରିଛି। ଓଡ଼ିଶାର ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଜିଓ ଦ୍ରୁତଗତିରେ ନିଜର ଟ୍ରୁ-୫ଜି ନେଟ୍‌ୱାର୍କକୁ ବିସ୍ତାର କରୁଛି ଏବଂ ରାଜ୍ୟର ସମସ୍ତ ଜିଲାରେ ୫ଜି ନେଟ୍‌ୱାର୍କ ପହଞ୍ଚାଇଥିବା ପ୍ରଥମ ଟେଲିକମ୍‌ ଅପରେଟର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?