ବଜାରରେ ଜିଓ ଭାରତ ୪ଜି ଫୋନ୍‌

ଭୁବନେଶ୍ୱର,୭।୭:ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓର ନୂଆ ୪ଜି ଫିଚର ଫୋନ୍‌ ଜିଓ ଭାରତ ଭି୨କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷ କରି ଦେଶର କୋଟି କୋଟି ୨ଜି ଫୋନ୍‌ ବ୍ୟବହାରକାରୀଙ୍କୁ ଡିଜିଟାଲ୍‌ ମାଧ୍ୟମରେ ସଶକ୍ତ କରିବା ଏବଂ ୨ଜି ମୁକ୍ତ ଭାରତ ଲକ୍ଷ୍ୟକୁ ସାକାର କରିବା ପାଇଁ ରିଲାଏନ୍ସ ଜିଓ ମାତ୍ର ୯୯୯ ଟଙ୍କାରେ ଏଭଳି ଏକ ଫିଚର ଫୋନକୁ ସର୍ବଭାରତୀୟ ଉନ୍ମୋଚନ କରିଥିଲା। ଉକ୍ତ ଅଭିଯାନକୁ ଆଗକୁ ବଢ଼ାଇବା ସହ ଜିଓ ଭାରତକୁ କମ୍ପାନୀ ଓଡ଼ିଶା ବଜାରରେ ଉପଲବ୍ଧ କରାଇବା ସହିତ ୩୦୦ ସହର ଓ ନଗର ୧୦,୦୦୦ ରୁ ଅଧିକ ଷ୍ଟୋର୍‌ ଓ ବିଭିନ୍ନ ମୋବାଇଲ ଦୋକାନରେ ପହଞ୍ଚତ୍ାଇଛି। ଉଲ୍ଲେଖଯୋଗ୍ୟ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରଠାରୁ ଆରମ୍ଭ କରି ରାଜ୍ୟର ପ୍ରମୁଖ ସହର ଓ ନଗରର ଧାର୍ମିକ ସ୍ଥଳରେ ପ୍ରାର୍ଥନା ଓ ପୂଜାର୍ଚ୍ଚନା ସହିତ ଉକ୍ତ ଫୋନ୍‌କୁ ଓଡିଶା ବଜାରରେ ଉନ୍ମୋଚନ କରାଇଛି। ଏହି ପରିପ୍ରେକ୍ଷୀରରେ ରାଜ୍ୟର ବିଭିନ୍ନ ସହର ଓ ନଗରରେ ବସବାସ କରୁଥିବା ସଫେଇ କର୍ମଚାରୀ, ରିକ୍ସା ଓ ଅଟୋଚାଳକ, ଫାଟକ ଜଗୁଆଳି,ମାଳୀ, ଗୃହସହାୟିକା, ଦିନମଜୁରିଆ, ବଢ଼େଇଙ୍କ ଭଳି ପ୍ରାୟ ୩୦୦ ରୁ ଅଧିକ ଆର୍ଥତ୍କ ଅନଗ୍ରସର ବ୍ୟକ୍ତିଙ୍କୁ ଜିଓ ଭାରତ ଭି୨ ଫୋନ୍‌ ପ୍ରଦାନ ସହ ସେମାନଙ୍କୁ ଡିଜିଟାଲ୍‌ ଭାବେ ସଶକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri