୪ଜି ସ୍ପିଡ୍‌ରେ ଜିଓ ୧ ନମ୍ବର

ନୂଆଦିଲ୍ଲୀ,୧୬।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ସହ ଅପ୍‌ଲୋଡ୍‌ ସ୍ପିଡ୍‌ରେ ମଧ୍ୟ ୧ ନମ୍ବର ସ୍ଥାନ ହାସଲ କରିଛି। ବିଶେଷକରି ଭାରତୀୟ ଟେଲିକମ୍‌ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ଜାରି କରାଯାଇଥିବା ଗତ ସେପ୍ଟେମ୍ବରର ତଥ୍ୟ ଅନୁଯାୟୀ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ୧୯.୧ଏମ୍‌ବିପିଏସ୍‌ ରହିଛି। ସେହିଭଳି ଚଳିତ ବର୍ଷ ଅଗଷ୍ଟରେ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ୧୭.୪ଏମ୍‌ବିପିଏସ୍‌ ଥିଲା।

ଅନ୍ୟ ପକ୍ଷରେ ଟ୍ରାଇ ତଥ୍ୟ ଅନୁଯାୟୀ ଭୋଡାଫୋନ୍‌-ଆଇଡିଆର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ସେପ୍ଟେମ୍ବର ସୁଦ୍ଧା ୧୨.୭ ଏମ୍‌ବିପିଏସ୍‌କୁ ହ୍ରାସ ପାଇଛି। ସେହିପରି ସେପ୍ଟେମ୍ବରରେ ଏୟାରଟେଲ୍‌ର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ୧୪ ଏମ୍‌ବିପିଏସ୍‌ ରହିଛି। ଜିଓଠାରୁ ଉଭୟ ଏୟାରଟେଲ୍‌ ଓ ଭୋଡାଫୋନ୍‌ ଆଇଡିଆ ବହୁ ପଛରେ ରହିଛନ୍ତି। ଟ୍ରାଇର ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ପରୀକ୍ଷାରେ ଜିଓ ଆରମ୍ଭରୁ ଏକ ନମ୍ବର ସ୍ଥାନରେ ରହିଆସିଛି।

ଜିଓର ହାରାହାରି ୪ଜି ଅପ୍‌ଲୋଡ୍‌ ସ୍ପିଡ୍‌ ୬.୪ଏମ୍‌ବିପିଏସ୍‌ ରହିଥିବା ବେଳେ ଭୋଡାଫୋନ୍‌-ଆଇଡିଆର ୫.୯ ଏମ୍‌ବିପିଏସ୍‌ ଏବଂ ଏୟାରଟେଲ୍‌ର ହାରାହାରି ୪ଜି ଅପ୍‌ଲୋଡ୍‌ ସ୍ପିଡ୍‌ ହ୍ରାସ ପାଇ ବିଏସ୍‌ଏନ୍‌ଏଲ୍‌ ସହ ସମାନ ୩.୪ ଏମ୍‌ବିପିଏସ୍‌ରେ ରହିଛି।

ଟ୍ରାଇ ଦ୍ୱାରା ବାସ୍ତବ ସମୟ ଭିତ୍ତିରେ ଏହାର ମାଇଁ ସ୍ପିଡ୍‌ ଆପ୍ଲିକେସନ ସହାୟତାରେ ସଂଗୃହୀତ ତଥ୍ୟ ଆଧାରରେ ହାରାହାରି ସ୍ପିଡ୍‌ ଆକଳନ କରାଯାଇଥାଏ। ଟ୍ରାଇର ମାଇଁ ସ୍ପିଡ୍‌ ପୋର୍ଟାଲରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଓଡ଼ିଶାରେ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ୫୪.୯ ଏମ୍‌ବିପିଏସ୍‌ ରହିଥିବା ବେଳେ ଏୟାରଟେଲ୍‌ ଓ ଭୋଡାଫୋନ୍‌-ଆଇଡିଆର ହାରାହାରି ୪ଜି ଡାଉନ୍‌ଲୋଡ୍‌ ସ୍ପିଡ୍‌ ଯଥାକ୍ରମେ ୧୮.୮ ଏମ୍‌ବିପିଏସ୍‌ ଓ ୧୪ ଏମ୍‌ବିପିଏସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri